କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୬୪୫ ନୂଆ କରୋନା ପଜିଟିଭ ଚିହ୍ନଟ

Published: Jan 10, 2021, 10:30 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୬୪୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୦୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୪ ଲକ୍ଷ ୫୦ ହଜାର ୨୮୪ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୯୯୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି  ୭୫ ହଜାର ୯୫୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୨୩ ହଜାର ୩୩୫ ଆକ୍ଟିଭ୍‌ କେସ୍ ରହିଛି।

Related posts