ରାଜ୍ୟରେ ଆଜି ୨୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

Published: Jan 10, 2021, 12:39 pm IST

ଭୁବନେଶ୍ବର: ରାଜ୍ୟରେ ଆଜି ୨୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୫୧ ଜଣ ଚିହ୍ନଟ ହୋଇଥିବାବେଳେ ୧୦୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୮୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୭ ହଜାର ୮୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୧୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ ଟି ଜିଲ୍ଲାରୁ ମୋଟ୍‌ ୨୬୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡରୁ ଜିଲ୍ଲାରୁ ୩୧, ଅନୁଗୁଳରୁ ୨୧, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୧୯ ଜଣ, ଭଦ୍ରକ ଜିଲ୍ଲାରୁ ୬, ବଲାଙ୍ଗୀରିରୁ ଜିଲ୍ଲାରୁ ୯, ବୌଦ୍ଧ ଜିଲ୍ଲା ରୁ ୨ ଜଣ, କଟକରୁ ୨୪ ଜଣ, ଦେବଗଡ଼ରୁ ୪, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଇଲ୍ଲାରୁ ୧୮, ଗଞ୍ଜାମ ଜିଲ୍ଲାରୁ ୫, ଜଗତସିଂହପୁରରୁ ୧, ଯାଜପୁରରୁ ୯, ଝାରସୁଗୁଡା ଜିଲ୍ଲାରୁ ୧୫, କଳାହାଣ୍ଡିରୁ ୮, କନ୍ଧମାଳରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୨, କେନ୍ଦୁଝରରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୧୧ ଜଣ, ନୂଆପଡ଼ା ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୯ ଜଣ, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୧୯, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts