ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୪୦ ଜଣ କରୋନା ଆକ୍ରାନ୍ତ

Published: Jan 10, 2021, 7:22 pm IST

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୩୫, ସୁନ୍ଦରଗଡରୁ ୩୧, ଖୋର୍ଦ୍ଧାରୁ ୨୦, ଅନୁଗୁଳରୁ ୧୮, ବଲାଙ୍ଗୀରିରୁ ୧୭, କଟକରୁ ୧୫, ବରଗଡରୁ ୧୪, ଯାଜପୁରରୁ ୧୪, ଝାରସୁଗୁଡାରୁ ୧୦, କେନ୍ଦୁଝରରୁ ୧୦, କେନ୍ଦ୍ରାପଡ଼ାରୁ ୯, ପୁରୀରୁ ୯, ବାଲେଶ୍ବରରୁ ୫, ଗଞ୍ଜାମରୁ ୪, ମୟୂରଭଞ୍ଜରୁ ୪, ନୂଆପଡାରୁ ୪, ଭଦ୍ରକରୁ ୩, କଳାହାଣ୍ଡିରୁ ୩, ଗଜପତିରୁ ୨, ରାୟଗଡାରୁ ୨, ବୌଦ୍ଧରୁ ୧, ଜଗତସିଂହପୁରରୁ ୧, କନ୍ଧମାଳରୁ ୧, ନବରଙ୍ଗପୁରରୁ ୧, ନୟାଗଡରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୮୬୨ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୮୭୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts