କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୩୧୧ ନୂଆ କରୋନା ପଜିଟିଭ ଚିହ୍ନଟ

Published: Jan 11, 2021, 11:10 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୩୧୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୬୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୪ ଲକ୍ଷ ୬୬ ହଜାର ୫୯୫ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୧୬୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି  ୯୨ ହଜାର ୯୦୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୨୨ ହଜାର ୫୨୬ ଆକ୍ଟିଭ୍‌ କେସ୍ ରହିଛି।

Related posts