କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୫୮୪ ନୂଆ କରୋନା ପଜିଟିଭ ଚିହ୍ନଟ

Published: Jan 12, 2021, 10:53 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୫୮୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୬୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୪ ଲକ୍ଷ ୭୯ ହଜାର ୧୭୯ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୩୨୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୧୧ ହଜାର ୨୯୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୦୪ ହଜାର ୧୪୧ ଆକ୍ଟିଭ୍‌ କେସ୍ ରହିଛି।

Related posts