ଭୁବନେଶ୍ଵର: ଆଜି ରାଜ୍ୟରୁ ୧୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ଅନୁଗୁଳରୁ ୩୪, ସୁନ୍ଦରଗଡରୁ ୨୬, ସମ୍ବଲପୁରରୁ ୧୬, ବଲାଙ୍ଗୀରିରୁ ୧୪, ଯାଜପୁରରୁ ୧୧, ଖୋର୍ଦ୍ଧାରୁ ୧୦, କେନ୍ଦ୍ରାପଡ଼ାରୁ ୯, ବରଗଡରୁ ୮, କଟକରୁ ୬, ପୁରୀରୁ ୬, କେନ୍ଦୁଝରରୁ ୫, ମୟୂରଭଞ୍ଜରୁ ୫, ଦେବଗଡରୁ ୪, ଜଗତସିଂହପୁରରୁ ୪, ଝାରସୁଗୁଡ଼ାରୁ ୪, ବାଲେଶ୍ବରରୁ ୩, ଗଜପତିରୁ ୩, କଳାହାଣ୍ଡିରୁ ୩, ବୌଦ୍ଧରୁ ୨, ନୂଆପଡାରୁ ୨, ଗଞ୍ଜାମରୁ ୧, ମାଲକାନାଗିରିରୁ ୧, ନବରଙ୍ଗପୁରରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୪୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୩୧ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୩୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।