କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୯୮୬ ନୂଆ କରୋନା ପଜିଟିଭ ଚିହ୍ନଟ

Published: Jan 13, 2021, 10:48 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୯୮୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୦୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୪ ଲକ୍ଷ ୯୫ ହଜାର ୧୪୭ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୫୨୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୨୯ ହଜାର ୧୧୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୧୪ ହଜାର ୫୦୭ ଆକ୍ଟିଭ୍‌ କେସ୍ ରହିଛି।

Related posts