Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ଼୍ ନିୟମ ମଧ୍ୟରେ ଖୋଲିବ ସିନେମା ହଲ୍‌
ଆଜିର ଖବର

କୋଭିଡ଼୍ ନିୟମ ମଧ୍ୟରେ ଖୋଲିବ ସିନେମା ହଲ୍‌

January 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଦୀର୍ଘ ୯ ମାସରୁ ଅଧିକ ସମୟ ଧରି କରୋନା ସଂକ୍ରମଣ ଯୋଗୁଁ ସିନେମା ହଲ୍ ସପିଂ ମଲ୍ ଇତ୍ୟାଦିକୁ ବନ୍ଦ କରିଦିଆଯାଇଥିଲା। ଦୀର୍ଘଦିନ ପରେ ସଂକ୍ରମଣର ମାତ୍ରା ଧିରେ ଧିରେ କମିବା ଆରମ୍ଭ ହୋଇଛି। ଫଳରେ ଏହିସବୁକୁ ପର୍ଯ୍ୟାୟକ୍ରମେ ଖୋଲିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ତେଣୁ ରେଶମ ସହର ବ୍ରହ୍ମପୁରରେ ମଧ୍ୟ ସିନେମା ହଲ୍ ଖୋଲିବାକୁ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶନାମା ଜାରି କରିଛନ୍ତି।

ସମସ୍ତେ ସିନେମା ହଲ୍ ମଧ୍ୟକୁ ପ୍ରବେଶ ପାଇଁ କୋଭିଡ଼୍ ନିୟମ ମାନିବାକୁ ବାଧ୍ୟତାମୂଳକ କରାଯାଇଛି। ପ୍ରତ୍ୟେକ ଶୋ ପରେ ଗୃହକୁ ସାନିଟାଇଜିଂ କରାଯିବ। ଦର୍ଶକ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ପ୍ରବେଶ ସ୍ଥାନରେ ଥର୍ମାଲ ସ୍କିନିଂ ସହିତ ସାନିଟାଇଜର ବ୍ୟବସ୍ଥା ରହିବ। ଯଦି କେହି ଏଭଳି ନିୟମକୁ ଉଲ୍ଲଂଘନ କରନ୍ତି ତେବେ ସରକାରୀ ନିୟମ ଅନୁସାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲା ପ୍ରଶାସନ କହିଛି। ଏହି ସବୁ ନିୟମ ଜାନୁୟାରୀ ୩୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ବ୍ରହ୍ମପୁର ମହାନଗର ନିଗମ କମିଶନର ସିଦ୍ଧେଶ୍ୱର ବଳିରାମ ବନ୍ଦାର ଚିଠି ମାଧ୍ୟମରେ ଜଣାଇଛନ୍ତି।

କୋଭିଡ଼୍ ନିୟମ ବ୍ରହ୍ମପୁର ସିନେମା ହଲ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026
Latest News

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.