Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୃଷି ବିଲ ବିରୋଧ କରିବା ପାଇଁ ଶୁକ୍ରବାର ଦିନ ରାଜ୍ୟ କଂଗ୍ରେସର କରିଛି ଏକ ବଡ ଯୋଜନା,
ଆଜିର ଖବର

କୃଷି ବିଲ ବିରୋଧ କରିବା ପାଇଁ ଶୁକ୍ରବାର ଦିନ ରାଜ୍ୟ କଂଗ୍ରେସର କରିଛି ଏକ ବଡ ଯୋଜନା,

January 14, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
କୃଷି ବିଲ ବିରୋଧରେ ଶୁକ୍ରବାର ଦିନ ରାଜଭବନ ଘେରାଉ କରିବ ରାଜ୍ୟ କଂଗ୍ରେସ

ଭୁବନେଶ୍ୱର, କେନ୍ଦ୍ର ମୋଦି ସରକାର ପ୍ରଣୟନ କରିଥିବା ୩ ଗୋଟି କଳା କୃଷି ଆଇନ୍ ଯୋଗୁଁ ଦେଶର ୬୨ କୋଟି କୃଷକ ଜୀବନ ଜୀବିକା ପାଇଁ ସଂଘର୍ଷ କରୁଛନ୍ତି । ଏହି କଳା ଆଇନ୍‌ର ପ୍ରତ୍ୟାହାର ଦାବିରେ ଲକ୍ଷ ଲକ୍ଷ କୃଷକ ଦିଲ୍ଲୀ ସୀମାରେ ୫୦ ଦିନ ଧରି ଧାରଣା ଓ ବିକ୍ଷୋଭ ଜାରି ରଖିଛନ୍ତି। ପ୍ରବଳ ଥଣ୍ଡା, ଅଦିନିଆ ବର୍ଷା ଓ କୁଆପଥର ବୃଷ୍ଟି ଯୋଗୁଁ ପାଖାପାଖି ୬୦ ଜଣ କୃଷକ ମୃତ୍ୟୁବରଣ କଲେଣି । ତା ସତ୍ୱେ ନିଜ ଜିଦ୍‌ରେ ଅଟଳ କେନ୍ଦ୍ର ସରକାର ଭାରତର ଅନ୍ନଦାତାମାନଙ୍କର ଦୁର୍ଦ୍ଦଶା ପ୍ରତି କର୍ଣ୍ଣପାତ କରୁନାହାନ୍ତି ।

ଏ ମଧ୍ୟରେ ୮ ଥର ବିଭାଗୀୟ ମନ୍ତ୍ରୀମାନଙ୍କ ସହ ଆଲୋଚନା ହୋଇଥିଲେ ମଧ୍ୟ ଅନ୍ନଦାତାଙ୍କ ଦାବି ପ୍ରତି ସରକାର ତିଳେମାତ୍ର ଉଦାର ମନୋଭାବ ପୋଷଣ କରିନାହାନ୍ତି । ଏଭଳି ମୁହୁର୍ତରେ ସେହି ଅନ୍ନଦାତାମାନଙ୍କ ପଛରେ ଦୃଢ଼ ଭାବରେ ଛିଡା ହେବା ପାଇଁ କଂଗ୍ରେସ ଅଧ୍ୟକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀ ନିଷ୍ପତି ନେଇଛନ୍ତି ଏବଂ ପ୍ରତ୍ୟେକ କଂଗ୍ରେସ କର୍ମୀ ଓ ନାଗରିକମାନଙ୍କର ଏହା ନୈତିକ କର୍ତବ୍ୟ ବୋଲି କହିଛନ୍ତି । ଏକ ପକ୍ଷରେ ଏହି କଳା ଆଇନ୍‌କୁ ପ୍ରତ୍ୟାହାର ଦାବିରେ ଅନ୍ନଦାତାମାନେ ଲଢ଼େଇ ଜାରି ରଖିଥିବା ବେଳେ ଗତକାଲି ସୁପ୍ରିମକୋର୍ଟ ଦେଇଥିବା ରାୟକୁ ପ୍ରମୁଖ ଚାଷୀ ସଂଗଠନ ଗୁଡ଼ିକ ପ୍ରତ୍ୟାଖାନ କରିଛନ୍ତି ।

କେନ୍ଦ୍ର ସରକାର ବାରମ୍ବାର ପେଟ୍ରୋଲ ଓ ଡିଜେଲର ମୂଲ୍ୟ ବୃଦ୍ଧି କରି ଏବେ ସର୍ବକାଳୀନ ବୃଦ୍ଧିରେ ପହଂଚିଛନ୍ତି । ଯାହାକି ୭୩ ବର୍ଷ ଇତିହାସରେ ପ୍ରଥମ । ଯାହାକି କୃଷକ ଓ ସାଧାରଣ ଜନତାଙ୍କ ଉପରେ ପ୍ରତ୍ୟକ୍ଷ ଭାବରେ ପ୍ରଭାବ ପକାଇଛି । ଏହି ପରିପ୍ରେକ୍ଷୀରେ କଂଗ୍ରେସ ଦଳ ପକ୍ଷରୁ କୃଷକମାନଙ୍କୁ ଦୃଢ଼ ସମର୍ଥନ ଜଣାଇ ସୁପ୍ରିମକୋର୍ଟ ରାୟରେ ସ୍ଥଗିତ ଥିବା ତିନିଗୋଟି କଳା କୃଷି ଆଇନର ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏବଂ ଡିଜେଲ ଓ ପେଟ୍ରୋଲର ଦର ବୃଦ୍ଧିକୁ ଉଠାଇବା ନିମନ୍ତେ ଆଗାମୀ ୧୫ ତାରିଖ ଶୁକ୍ରବାର ଦିନ “କିଷାନ ଅଧିକାର ଦିବସ” ଭାବେ ପାଳନ ସହିତ ରାଜ ଭବନ ଘେରାଉ ପାଇଁ ନିଷ୍ପତି କରିଛି।

କୃଷି ବିଲ କୃଷି ବିଲକୁ ବିରୋଧ ରାଜ୍ୟ କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁଙ୍କୁ ପତ୍ର ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

August 31, 2026

ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟିଲା ପାର୍ଲାମେଣ୍ଟ ଯୁଗ୍ମ କମିଟି

August 31, 2026

ପ୍ରଧାନମନ୍ତ୍ରୀଙ୍କ ଉଜବେକିସ୍ତାନ ଗସ୍ତ ଅବସରରେ ଆନୁଷ୍ଠାନିକ ଆଲୋଚନା

August 31, 2026

ନିଟ୍-ପିଜିରେ ବୈଷୟିକ ତ୍ରୁଟି: ପ୍ରଭାବିତ ପ୍ରାର୍ଥୀଙ୍କ ପାଇଁ ସେପ୍ଟେମ୍ବର ୫ ରେ ପରୀକ୍ଷା

August 31, 2026
Latest News

କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁଙ୍କୁ ପତ୍ର ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

August 31, 2026

ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟିଲା ପାର୍ଲାମେଣ୍ଟ ଯୁଗ୍ମ କମିଟି

August 31, 2026

ପ୍ରତିଷ୍ଠିତ ଶିଳ୍ପପତି ସୁବ୍ରତ ବାଗଚୀଙ୍କୁ କର୍ଣ୍ଣାଟକ ସରକାର ଦେଲେ ବଡ ଦାୟିତ୍ବ, ସେ ହେବେ……

August 31, 2026

ପ୍ରଧାନମନ୍ତ୍ରୀଙ୍କ ଉଜବେକିସ୍ତାନ ଗସ୍ତ ଅବସରରେ ଆନୁଷ୍ଠାନିକ ଆଲୋଚନା

August 31, 2026

ନିଟ୍-ପିଜିରେ ବୈଷୟିକ ତ୍ରୁଟି: ପ୍ରଭାବିତ ପ୍ରାର୍ଥୀଙ୍କ ପାଇଁ ସେପ୍ଟେମ୍ବର ୫ ରେ ପରୀକ୍ଷା

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.