Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେନା ଏନ୍‌କାଉଣ୍ଟରରେ ଲସ୍କର ଏ ତୋଏବାର ୪ ଆତଙ୍କୀ ନିହତ
ଆଜିର ଖବର

ସେନା ଏନ୍‌କାଉଣ୍ଟରରେ ଲସ୍କର ଏ ତୋଏବାର ୪ ଆତଙ୍କୀ ନିହତ

April 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
4 let militans killed in encounter
4 let militans killed in encounter

ଜାମ୍ମୁ-କାଶ୍ମୀରର ପୁଲୱାମା ଜିଲା ଅନ୍ତର୍ଗତ ଲସିପୋରାଠାରେ ଯବାନଙ୍କ ଗୁଳିରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତମାନେ ଲଶ୍କର-ଏ-ତଇବା ସଂଗଠନର ବୋଲି ଜଣାପଡ଼ିଛି। ସେମାନଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ସେଗୁଡ଼ିକ ମଧ୍ୟରେ ୨ଟି ଏକେ-୪୭, ଗୋଟିଏ ଏସଏଲଆର ଏବଂ ଏକ ପିସ୍ତଲ ରହିଛି। ଘଟଣା ପରେ ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କରିଦିଆଯିବା ସହ ସର୍ଚ୍ଚ ଅପରେଶନକୁ କଡ଼ାକଡ଼ି କରାଯାଇଛି। ଏହି ଆକ୍ରମଣରେ ଜଣେ ଲସ୍କର କମାଣ୍ଡର ନିହତ ହାେଇଥିବାର ସୂଚନା ମିଳିଛି। ଏନ୍‌କାଉଣ୍ଟର ସମାପ୍ତ ହୋଇଥିଲେ ମଧ୍ୟ ସୋମବାର ସକାଳୁ କିଛି ସ୍ଥାନରେ ଝଗଡା ଚାଲିଥିବା ନେଇ ସେନା ପକ୍ଷରୁ ସୂଚନା ଦିଆଯାଇଛି। ଗୁଇନ୍ଦା ସୂଚନା ଅନୁଯାୟୀ ପୁଲଓ୍ବାମାର ଲସ୍ସିପାେରାରେ କିଛି ଆତଙ୍କବାଦୀ ଲୁଚି ରହିଥିବାର ସୂଚନା ମିଳିଥିଲା। ଏହାପରେ ସେନା ପକ୍ଷରୁ ରାଷ୍ଟ୍ରୀୟ ରାଇଫଲ୍‌ସ, ଏବଂ ଜମ୍ମୁ କାଶ୍ମୀର ପୁଲିସର ଏସ୍‌ଓଜି ଗ୍ରୁପ୍‌ ସହିତ ରାତି ପ୍ରାୟ ୨ଟାରେ ଆକ୍ରମଣ କରାଯାଇଥିଲା। ଏହି ସମୟରେ ଆତଙ୍କବାଦୀମାନେ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଫଳରେ ଯବାନମାନେ କଡ଼ା ଜବାବ ଦେଇଥିଲେ। ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଘଟିଥିଲା। ଯବାନଙ୍କ ଗୁଳିରେ ୪ ଆତଙ୍କୀ ଟଳି ପଡିଥିଲେ। ଏହି ଆକ୍ରମଣରେ ସେନାର ତିନି ଯବାନ ଏବଂ ଜଣେ ଏସ୍‌ଓଜି କମାଣ୍ଡୋ ଆହତ ହୋଇଛନ୍ତି। ନିହତ ଆତଙ୍କୀ ମାନେ ହେଉଛନ୍ତି ଜାଫର ଅହମ୍ମଦ ପଲ୍‌, ଯିଏକି ଦକ୍ଷିଣ କାଶ୍ମୀରରେ କମାଣ୍ଡର ଭାବରେ କାର୍ଯ୍ୟ କରୁଥିଲା। ଅନ୍ୟ ମୃତ ଆତଙ୍କୀଙ୍କ ନାମ ତୌଫିକ୍‌, ଅସଫାକ୍‌ ଏବଂ ଅକ୍ବିବ୍‌ ଦର୍‌ ବୋଲି ଜଣାପଡିଛି।

encounter kashmir killed militans thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026
Latest News

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.