ରାଜ୍ୟରେ ଆଜି ୨୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

Published: Jan 14, 2021, 11:45 am IST

ଭୁବନେଶ୍ବର: ରାଜ୍ୟରେ ଆଜି ୨୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୭ ଜଣ ଚିହ୍ନଟ ହୋଇଥିବାବେଳେ ୯୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୭୬୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୮ ହଜାର ୬୨୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୯୨  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୨୨୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ଅନୁଗୁଳରୁ ୨୮, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୨୨ ଜଣ, ଭଦ୍ରକ ଜିଲ୍ଲାରୁ ୫, ବଲାଙ୍ଗୀରିରୁ ଜିଲ୍ଲାରୁ ୩,  ବୌଦ୍ଧରୁ ୩, କଟକରୁ ୧୮ ଜଣ, ଦେବଗଡ଼ରୁ ୧, ଗଜପତି ଇଲ୍ଲାରୁ ୩, ଜଗତସିଂହପୁରରୁ ୧, ଯାଜପୁରରୁ ୯, ଝାରସୁଗୁଡା ଜିଲ୍ଲାରୁ ୨୩, କଳାହାଣ୍ଡିରୁ ୧, କେନ୍ଦୁଝରରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, କୋରାପୁଟ ଜିଲ୍ଲାରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ୮, ନୂଆପଡ଼ା ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୧୫ ଜଣ, ସମ୍ବଲପୁରରୁ ୨୧, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୨୪ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts