Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଦେଶବ୍ୟାପୀ କୋଭିଡ-୧୯ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆସନ୍ତାକାଲି ଦେଶବ୍ୟାପୀ କୋଭିଡ-୧୯ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

January 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ଦଶଟା ସମୟରେ ଭିଡିଓ କନଫରେନ୍ସ ଜରିଆରେ ଦେଶବ୍ୟାପୀ କୋଭିଡ-୧୯ ଟୀକାକରଣ ଅଭିଯାନର ଶୁଭାରମ୍ଭ କରିବେ। ଦେଶର କୋଣଅନୁକୋଣରେ ପହଞ୍ଚିବାକୁ ଥିବା ଏହା ହେବ ବିଶ୍ବର ସର୍ବବୃହତ ଟୀକାକରଣ ଅଭିଯାନ। ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶର ମୋଟ ୩୦୦୬ଟି ଟୀକାକରଣ କେନ୍ଦ୍ର ଭର୍ଚୁଆଲ ମାଧ୍ୟମରେ ଯୋଡ଼ି ହେବ‍େ। ଉଦଘାଟନୀ ଦିବସରେ ପ୍ରତ୍ୟେକ ଟୀକାକରଣ କେନ୍ଦ୍ରରେ ପାଖାପାଖି ୧୦୦ ଜଣ ହିତାଧିକାରୀଙ୍କୁ ଟୀକା ଦିଆଯିବ।

ପ୍ରାଥମିକ ବର୍ଗଙ୍କୁ ପ୍ରଥମେ ଟୀକା ଦିଆଯିବାର ନୀତି ଉପରେ ଏହି ଟୀକାକରଣ ଅଭିଯାନ ଆଧାରିତ। ତେଣୁ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସମେତ ଉଭୟ ସରକାରୀ ଏବଂ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରର ସ୍ବାସ୍ଥ୍ୟସେବା କର୍ମୀମାନଙ୍କୁ ଏହି ପ୍ରଥମ ପର୍ଯ୍ୟାୟରେ ଟୀକା ଦିଆଯିବ।
ଏହି ଟୀକାକରଣ କାର୍ଯ୍ୟକ୍ରମ ସମୟରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ବିକଶିତ କରାଯାଇଥିବା ଏକ ଅନଲାଇନ ଡିଜିଟାଲ ପ୍ଲାଟଫର୍ମ କୋ-ଓ୍ବିନକୁ ଉପଯୋଗ କରାଯିବ। ଏହା ଗଚ୍ଛିତ ଥିବା ଟୀକା ପରିମାଣ, ଭଣ୍ଡାରଣ ତାପମାତ୍ରା ଏବଂ କୋଭିଡ-୧୯ ଟୀକା ଦେବା ଲାଗି ହିତାଧିକାରୀମାନଙ୍କୁ ବ୍ୟକ୍ତିଗତ ଭାବେ ଟ୍ରାକ କରିବା ସମ୍ପର୍କରେ ସଠିକ ସମୟରେ ସୂଚନା ଯୋଗାଇ ଦେବ। ଟୀକାକରଣ ଅଭିଯାନ ଚଳାଇବା ସମୟରେ ସମସ୍ତ ସ୍ତରରେ କାର୍ଯ୍ୟକ୍ରମ ପରିଚାଳକମାନଙ୍କୁ ଏହି ଡିଜିଟାଲ ପ୍ଲାଟଫର୍ମ ସହାୟକ ହୋଇପାରିବ।

କୋଭିଡ-୧୯ ମହାମାରୀ, ଟୀକାକରଣ କାର୍ଯ୍ୟକାରିତା ଏବଂ କୋ-ଓ୍ବିନ ସଫ୍ଟୱେର୍ ସମ୍ପର୍କରେ କୌଣସି ପ୍ରକାର ସନ୍ଦେହ ମୋଚନ ପାଇଁ ଏକ ସମର୍ପିତ ୨୪ ଘଣ୍ଟିଆ କଲ ସେଣ୍ଟର-୧୦୭୫ ସ୍ଥାପନ କରାଯାଇଛି।

ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ସକ୍ରିୟ ସହଯୋଗ କ୍ରମେ କୋଭିଶିଲ୍ଡ ଏବଂ କୋଭାକ୍ସିନର ଯଥେଷ୍ଟ ସଂଖ୍ୟକ ମାତ୍ରା ସମସ୍ତ ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶକୁ ପଠାଇ ଦିଆଯାଇସାରିଛି। ପରେ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକ ଏସବୁକୁ ଜିଲ୍ଲାଗୁଡ଼ିକୁ ପଠାଇସାରିଛନ୍ତି। ଜନ ଭାଗିଦାରୀ ନୀତି ଆଧାରରେ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବା ନିମନ୍ତେ ସମସ୍ତ ପ୍ରକାରର ପ୍ରସ୍ତୁତି କରାଯାଇଛି।

କୋଭିଡ଼-୧୯ ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026
Latest News

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026

ଓଡ଼ିଶା ଲୋକାୟୁକ୍ତ ଚୟନ କମିଟିର ସଦସ୍ୟ ହେଲେ ପୂର୍ବତନ CJI ଜଷ୍ଟିସ୍‌ ଗୋପାଳ ବଲ୍ଲଭ ପଟ୍ଟନାୟକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.