ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୫୬ ଜଣ କରୋନା ଆକ୍ରାନ୍ତ

Published: Jan 15, 2021, 6:44 pm IST

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ବଲାଙ୍ଗୀରିରୁ ଏବଂ  ସୁନ୍ଦରଗଡରୁ ୪୦ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବରଗଡରୁ ୨୫, ଅନୁଗୁଳରୁ ୨୦, କଟକରୁ ୧୭, ସମ୍ବଲପୁରରୁ ୧୪, ଝାରସୁଗୁଡ଼ାରୁ ୧୨, ଖୋର୍ଦ୍ଧାରୁ ୧୦, ପୁରୀରୁ ୧୦, କେନ୍ଦ୍ରାପଡାରୁ ୯, ମୟୂରଭଞ୍ଜରୁ ୯, ବାଲେଶ୍ବରରୁ ୮, କେନ୍ଦୁଝରରୁ ୭, ଯାଜପୁରରୁ ୬, ଭଦ୍ରକରୁ ୫, ଜଗତସିଂହପୁରରୁ ୪, ନୂଆପଡାରୁ ୪, ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଞ୍ଜାମରୁ ୨, ସୋନପୁରରୁ ୨, କଳାହାଣ୍ଡିରୁ ୧, ନବରଙ୍ଗପୁରରୁ ୧, ନୟାଗଡରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୯ ହଜାର ୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୪୯ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୧୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts