ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୩୦ ଜଣ କରୋନା ଆକ୍ରାନ୍ତ

Published: Jan 16, 2021, 7:12 pm IST

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୦ ଜଣ, ଅନୁଗୁଳରୁ ୨୬, ବଲାଙ୍ଗୀରିରୁ ୨୬, ଝାରସୁଗୁଡାରୁ ୧୮, ବରଗଡରୁ ୧୭, କଟକରୁ ୧୫, ସମ୍ବଲପୁରରୁ ୧୪, ଯାଜପୁରରୁ ୧୨, ଖୋର୍ଦ୍ଧାରୁ ୧୧, ବାଲେଶ୍ବରରୁ ୧୦, ମୟୂରଭଞ୍ଜରୁ ୯, କେନ୍ଦ୍ରାପଡାରୁ ୬, ପୁରୀରୁ ୬, ଗଜପତିରୁ ୫, ନୂଆପଡ଼ାର ୫, ମାଲକାନାଗିରିରୁ ୪, ସୋନପୁରରୁ ୪, ଗଞ୍ଜାମରୁ ୩, ଭଦ୍ରକରୁ ୨, ବୌଦ୍ଧରୁ ୨, ଜଗତସିଂହପୁରରୁ ୨, ରାୟଗଡ଼ାରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୯ ହଜାର ୩୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୧୨୭ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୮୫୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts