Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ଘଟଣା: ସୁରକ୍ଷା ଦାବିରେ ସଡ଼କ ଅବରୋଧ କଲେ ଗ୍ରାମବାସୀ
ଆଜିର ଖବର

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ଘଟଣା: ସୁରକ୍ଷା ଦାବିରେ ସଡ଼କ ଅବରୋଧ କଲେ ଗ୍ରାମବାସୀ

January 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ଘଟଣାରେ ଗ୍ରାମବାସୀ ନୂଆ ଜଗନ୍ନାଥ ସଡ଼କ ଅବରୋଧ କରିଛନ୍ତି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ଗ୍ରାମବାସୀଙ୍କ ଧନ ଜୀବନ ସୁରକ୍ଷା ଦାବିରେ ଆଜି ଗ୍ରାମବାସୀଙ୍କ ପକ୍ଷରୁ ସଡ଼କ ଅବରୋଧ କରାଯାଇଛି।

ଉଲ୍ଲେଖ ଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତ୍ରିରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ମୃତକ ମହିଳା ଜଣଙ୍କ ହେଲେ ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଥାନା ରାମେଶ୍ବର ଗ୍ରାମପଞ୍ଚାୟତ ଖଜୁରୀପଡା ଗ୍ରାମର ସାଇରନ ବିବି। ମହିଳା ଜଣଙ୍କ କୌଣସି କାର୍ଯ୍ୟରେ ଘର ବାହାରକୁ ଯାଇଥିବା ବେଳେ ଅନ୍ଧାର ରାତିରେ ହଠାତ ରାସ୍ତା ଉପରକୁ ଚାଲିଆସିଥିବା ହାତୀପଲ ତାଙ୍କୁ କଚାଡି ମାରିଦେଇଥିଲା।

ମହିଳାଙ୍କ ମୃତ୍ୟୁକୁ ନେଇ ଗ୍ରାମରେ ସମସ୍ତଙ୍କ ମନରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଏହି ଅଞ୍ଚଳରେ ୧୬ ଜଣିଆ ହାତୀ ପଲ ବହୁ ଦିନ ହେଲା ଉତ୍ପାତ କରି ଅଞ୍ଚଳବାସୀଙ୍କୁ ଅତିଷ୍ଠ କରି ସାରିଲେଣି। କିନ୍ତୁ ଆଜି ପର୍ଯ୍ୟନ୍ତ ଏହାର କୌଣସି ସ୍ଥାୟୀ ସମାଧାନ ହେଉନଥିବା ଅଭିଯୋଗ ହେଉଛି।

ଏହି ପରିପ୍ରେକ୍ଷୀରେ ଗତକାଲି ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ହୋଇଥିବାକୁ ନେଇ ଆଜି ମୃତକଙ୍କ ପରିବାର କ୍ଷତିପୂରଣ ଦାବି ପାଇଁ ଏବଂ ହାତୀଠାରୁ ଧନଜୀବନ ସୁରକ୍ଷା ଦାବିରେ ଖଜୁରୀପଡା ଗ୍ରାମବାସୀମାନେ ନୂଆ ଜଗନ୍ନାଥ ସଡକ ଉପରେ ଶବ ରଖି ଦୁଇ ଘଣ୍ଟା କାଳ ରାସ୍ତା ଅବରୋଧ କରିଥିଲେ।

ଘଟଣାସ୍ଥଳରେ ଖୋର୍ଦ୍ଧା ବନବିଭାଗ ଏ.ସି.ଏଫ୍, ଟାଙ୍ଗୀ ରେଞ୍ଜର, ନିରାକାରପୁର ପୋଲିସ ଆଦି ପହଁଚି ଦୀର୍ଘ ସମୟ ଧରି ଉତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରି ବୁଝାଶୁଝା କରିଥିଲେ। ହାତୀକୁ ଖୁବ ଶିଘ୍ର ଜନବସତି ନିକଟରୁ ଚନ୍ଦକା ଜଂଗଲ ମଧ୍ୟକୁ ତଡିବା ପାଇଁ ପ୍ରତିଶ୍ରୁତି ଦେବା ସହ କର୍ତ୍ତବ୍ୟରେ ଅବହେଳା କରିଥିବା ଫରେଷ୍ଟର ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ ମୃତକର ପରିବାରକୁ ଆର୍ଥିକ କ୍ଷତିପୂରଣ ଦେବାକୁ ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା।

ନିରାକାରପୁର ମହିଳାଙ୍କ ମୃତ୍ୟୁ ହାତୀ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026
Latest News

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.