Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଂଚଳିକ ବନ ସୁରକ୍ଷା ସମିତି କିସିଣ୍ଡା ତରଫରୁ ଅନୁପ୍ରବେଶ ହଟାଇବା ଦାବୀରେ ଧାରଣା
ଆଜିର ଖବର

ଆଂଚଳିକ ବନ ସୁରକ୍ଷା ସମିତି କିସିଣ୍ଡା ତରଫରୁ ଅନୁପ୍ରବେଶ ହଟାଇବା ଦାବୀରେ ଧାରଣା

January 18, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ରେଢାଖୋଲ ଉପଖଣ୍ଡର କିସିଣ୍ଡା ଲଣ୍ଡାକୋଟ ଜଙ୍ଗଲରେ ଆଦିବାସୀ ମାନଙ୍କ ଅନୁପ୍ରବେଶ ଓ ଶହ ଶହ ଜଙ୍ଗଲ କାଟିବା ପ୍ରତିବାଦରେ ଆଜି କିସିଣ୍ଡାର ଆଂଚଳିକ ବନ ସୁରକ୍ଷା ସମିତି ତରଫରୁ ରେଢାଖୋଲ ବନ ଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟରେ ଧାରଣାରେ ବସିଥିଲେ।

ବନସୁରକ୍ଷା ସମିତିର ଶହ ଶହ ସଦସ୍ୟ ଏକ ରାଲିରେ ଯାଇ ପ୍ରଥମେ ବନଖଣ୍ଡଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସରକାର ଅନୁପ୍ରବେଶ ରୋକିବା ପାଇଁ ବିଭିନ୍ନପ୍ରକାର ସ୍ଲୋଗାନ୍ ଦେଇଥିଲେ। ସେମାନଙ୍କର ଦାବୀକୁ ପାଳନ କରିବା ପାଇଁ ରେଢାଖୋଲ ବନଖଣ୍ଡ ଅଧିକାରୀ ଲିଖତାକାରରେ ଜଣାଇ କମ୍ ଦିନ ମଧ୍ୟରେ ତାର ପ୍ରତିକାର ନେବା ପାଇଁ ପ୍ରତିଶୃତି ଦେଇଥିଲେ।

ସଂରକ୍ଷଣ ଜଙ୍ଗଲରୁ ୨୧/୧/୨୦୨୧ ରୁ ବେଆଇନ୍ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରାଯିବ, ବନୀକରଣ କାର୍ଯ୍ୟ ନିର୍ଦ୍ଦିଷ୍ଟ ସମୟରେ କରାଯିବ, ବନ୍ୟ ଜନ୍ତୁଙ୍କ ପାଇଁ ପାଣିର ବ୍ୟବସ୍ଥା ୨ ମାସ ମଧ୍ୟରେ କରାଯିବ, ସଂରକ୍ଷଣ ଜଙ୍ଗଲରୁ ଅନୁପ୍ରବେଶ ରୋକିବା ପାଇଁ ଖଣା ୨ ମାସ ମଧ୍ୟରେ ଖୋଳା ଯିବ, ଜଳ ସଂରକ୍ଷଣ ପାଇଁ ଖାତ ୨ ମାସ ମଧ୍ୟରେ କରାଯିବ ବୋଲି ରେଢାଖୋଲ ବନଖଣ୍ଡ ଅଧିକାରୀ ଲିଖିତାକାରରେ ଜଣାଇବା ପରେ ବନ ସୁରକ୍ଷା ସମିତିର ସଭ୍ୟମାନେ ଧାରଣାରୁ ଓହରିଥିଲେ।

ସୁଚନା ଯୋଗ୍ୟ ଯେ, କିସିଣ୍ଡା ଗିରିଶ୍ଚନ୍ଦ୍ରପୁର ରେଞ୍ଜ ଅଧିନସ୍ଥ ଲଣ୍ଡାକୋର୍ଟ ଜଙ୍ଗଲରେ ୨୦ ବର୍ଷ ହେଲା ବାହାର ଅଂଚଳର ଆଦିବାସୀ ମାନେ ଆସି ବସବାସ କରୁଛନ୍ତି। ଆଦିବାସୀ ଲୋକମାନେ ଶହ ଶହ ଏକର ଜଙ୍ଗଲ ଜମିକୁ କାଟି ଚାଷ କରିବା ସହ ହଜାର ହଜାର ଗଛ କାଟି ଲଣ୍ଡାକୋର୍ଟ ଜଙ୍ଗଲକୁ ଧ୍ୱଂସ କରିଦେଇଥିବା ବନ ସୁରକ୍ଷା ସମିତି ଅଭିଯୋଗ କରିଆସୁଥିଲା। ୭ ଦିନ ମଧ୍ୟରେ ଏହାର କୌଣସି ସମାଧାନ ନ ହେଲେ ଆସନ୍ତା ୧୮ ଜାନୁଆରୀରେ ଡିଏଫ୍‌ଓଙ୍କୁ ଘେରାଉ କରିବା ସହ ରେଢାଖୋଲ ଠାରେ ଥିବା ୫୫ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିବାକୁ ବନ ସୁରକ୍ଷା ସମିତି ଚେତାବନୀ ଦେଇଥିଲା।ଏପରିକି ତାହାର କପି, ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଜଙ୍ଗଲ ଓ ପରିବେଶ ବିଭାଗକୁ ମଧ୍ୟ ପଠାଇଥିଲା।

ଗତ ୧୦ ଜାନୁଆରୀରେ କିସିଣ୍ଡା ଠାରେ ମଧ୍ୟ ରେଞ ଅଧିକାରୀ ସୁଶାନ୍ତ କୁମାର ବନ୍ଧଙ୍କୁ ସାକ୍ଷାତ୍ କରି ଏହାର ତଦନ୍ତ କରିବାକୁ ବନ ସୁରକ୍ଷା ସମିତିର ସମସ୍ତ ସଭ୍ୟ/ସଭ୍ୟା ମାନେ ଦାବୀ କରିଥିଲେ। ଗତ ତା ୧୬ /୧ ରେ ମଧ୍ୟ ବନଖଣ୍ଡ ଅଧିକାରୀ, ଉପଜିଲ୍ଲାପାଳ , ରେଢାଖୋଲ ଥାନାଧିକାରୀ ଆଦି ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟରେ ଏକ ଆଲୋଚନା ହୋଇଥିଲା।

ସୂଚନା ଯୋଗ୍ୟ ଯେ, ପୂର୍ବରୁ ସମିତି ବହୁବାର ଏ ସଂପର୍କରେ ବନବିଭାଗର ବରିଷ୍ଠ ଅଧିକାରୀଙ୍କୁ ଲିଖିତାକାରରେ ଜଣାଇବା ସହ ବହୁବାର ଅନ୍ଦୋଳନ ମଧ୍ୟ କରିଥିଲା। ଏହା ସତ୍ୱେ ବନବିଭାଗ ତଥା ସରକାର ଜଙ୍ଗଲ କାଟି ପଦା କରିଥିବା ଆଦିବାସୀମାନଙ୍କ ବିରୁଦ୍ଧରେ କୌଣସି ପଦେକ୍ଷପ ନେଇ ନ ଥିବା ସମିତି ପ୍ରକାଶ କରିଛି। ଆଜି ଏହି ଧାରଣା ତଥା ବିକ୍ଷୋଭରେ ବନ ସୁରକ୍ଷା ସମିତିର ସଭାପତି ଶଙ୍କର ନାଏକ, ରୋହିତ ଭୋଇ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ବିପିନ୍ ବିହାରୀ ପ୍ରଧାନ, ନାରାୟଣ ନାଏକ ପ୍ରମୁଖ ସାମିଲ ହେବା ସହ ଶହ ଶହ ଲୋକ ସାମିଲ ହୋଇଥିଲେ।

ଅନୁପ୍ରବେଶ ରେଢାଖୋଲ ଉପଖଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026
Latest News

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.