କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୬୪ ନୂଆ କରୋନା ପଜିଟିଭ ଚିହ୍ନଟ

Published: Jan 19, 2021, 10:57 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୩୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫ ଲକ୍ଷ ୮୧ ହଜାର ୮୩୭ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୫୫୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨ ଲକ୍ଷ ୨୮ ହଜାର ୭୫୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୫୨୮  ଆକ୍ଟିଭ୍‌ କେସ୍ ରହିଛି।

Related posts