କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: ନ‌େତାଜୀଙ୍କ ଜନ୍ମଦିନକୁ ପରାକ୍ରମ ଦିବସ ଭାବେ କରାଯିବ ପାଳନ

Published: Jan 19, 2021, 11:29 am IST

ନୂଆଦିଲ୍ଲୀ: ମହାନ ସ୍ୱାଧୀନତା ସଂଗ୍ରାମୀ ନ‌େତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମଦିନକୁ ପରାକ୍ରମ ଦିବସ ଭାବେ ପାଳନ କରାଯିବ। ଭାରତ ସରକାର ନ‌େତାଜୀଙ୍କ ୧୨୫ ତମ ଜନ୍ମ ବାର୍ଷିକୀ ପୂର୍ବରୁ ଏଭଳି ଏକ ବଡ଼ ଘୋଷଣା କରିଛନ୍ତି। ପ୍ରତିବର୍ଷ ଜାନୁଆରୀ ୨୩ ରେ ନ‌େତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମଦିନ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି।

କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇଛି। କମିଟିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ସାହା, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ, ଶୁଭେନ୍ଦୁ ଅଧିକାରୀ, ଜଗଦୀପ୍‌ ଧନକଡ଼, ଅଭିନେତା ମିଥୁନ ଚକ୍ରବର୍ତ୍ତୀ, ଅଭିନେତ୍ରୀ କାଜୋଲ, ସଙ୍ଗୀତକାର ଏ.ଆର୍‌.ରହେମାନଙ୍କ ସମେତ ୮୪ ଜଣ ସଦସ୍ୟଙ୍କୁ ସାମିଲ କରାଯାଇଛି। ଏ ନେଇ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୩ ଜାନୁଆରୀରେ କୋଲକାତାର ଐତିହାସିକ ଭିକ୍ଟୋରିଆ ମେମୋରିଆଲ ହଲରୁ ନତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜନ୍ମ ବାର୍ଷିକୀ ଉତ୍ସବ ଆରମ୍ଭ କରିବେ।

ସଂସ୍କୃତି ବିଭାଗ ପକ୍ଷରୁ ୨୦୨୧ ଜାନୁୟାରୀ ୨୩ଠାରୁ ଜାନୁୟାରୀ ୨୦୨୨ ପର୍ଯ୍ୟନ୍ତ ଦେଶବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମର ରୂପରେଖ ପ୍ରସ୍ତୁତ କରାଯାଇଛି।

Related posts