କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୮୨୩ ନୂଆ କରୋନା ପଜିଟିଭ ଚିହ୍ନଟ

Published: Jan 20, 2021, 11:13 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୮୨୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୬୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫ ଲକ୍ଷ ୯୫ ହଜାର ୬୬୦ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୭୧୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨ ଲକ୍ଷ ୪୫ ହଜାର ୭୪୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୯୭ ହଜାର ୨୦୧  ଆକ୍ଟିଭ୍‌ କେସ୍ ରହିଛି।

Related posts