
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରୁ ଆଜିର ସମସ୍ତ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୧୯ କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
Tags: କରୋନା ଆକ୍ରାନ୍ତ, ଭୁବନେଶ୍ବର