କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୨୨୩ ନୂଆ କରୋନା ପଜିଟିଭ ଚିହ୍ନଟ

Published: Jan 21, 2021, 10:42 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୨୨୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୫୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୧୦ ହଜାର ୮୮୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୮୬୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨ ଲକ୍ଷ ୬୫ ହଜାର ୭୦୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୯୨ ହଜାର ୩୦୮  ଆକ୍ଟିଭ୍‌ କେସ୍ ରହିଛି।

Related posts