Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ଏବଂ ଚିଲିକାରେ ବେଆଇନ ଲଘୁ ଖଣିଜ ଦ୍ରବ୍ୟ ଚାଲାଣ: ଗାଡ଼ି ଜବତ କଲେ ତହସିଲଦାର
ଆଜିର ଖବର

ବାଣପୁର ଏବଂ ଚିଲିକାରେ ବେଆଇନ ଲଘୁ ଖଣିଜ ଦ୍ରବ୍ୟ ଚାଲାଣ: ଗାଡ଼ି ଜବତ କଲେ ତହସିଲଦାର

January 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର/ଚିଲିକା: ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଏବଂ ଚିଲିକା ଅଞ୍ଚଳରେ ପ୍ରତିଦିନ ବେଆଇନ ବାଲି, ମାଟି, ଗୋଡି, ମାଙ୍କଡା ପଥର ଚାଲାଣ କରୁଥିବା ଗାଡିଗୁଡିକ ଉପରେ ଚଢ଼ାଉ କରାଯାଉଛି। ବାଣପୁର ଏବଂ ଚିଲିକା ତହସିଲଦାର ଏହିସବୁ ଗାଡିଗୁଡ଼ିକ ଉପରେ ଚଢାଉ କରି ଜରିମାନା ଆଦାୟ କରୁଛନ୍ତି।

ଗତକାଲି ବାଣପୁର ତହସିଲ ପକ୍ଷରୁ ଦୁଇ ଗୋଟି ବେଆଇନ ମାଙ୍କଡା ପଥର ବୋଝେଇ ଟ୍ରକ ଜବତ କରାଯାଇ ସେମାନଙ୍କଠାରୁ ଜରିମାନା ବାବଦରେ ୫୫ ହଜାର ଟଙ୍କା ଆଦାୟ କରାଯାଇଥିଲା। ତେବେ ଆଜି ପୁଣି ବାଣପୁର ତହସିଲଦାର ମନ୍ମଥ ବେହେରା ତହସିଲ ସ୍କ୍ୱାର୍ଡ ଟିମ୍ ସହଯୋଗରେ ସକାଳୁ ତହସିଲର ବିଭିନ୍ନ ଅଞ୍ଚଳରେ ଚଢ଼ାଉ କରି ମଧ୍ୟାହ୍ନ ସୁଦ୍ଧା ୬ ଗୋଟି ଗାଡ଼ି ଜବତ କରିଛନ୍ତି। ତନ୍ମଧ୍ୟରୁ ୨ ଗୋଟି ମାଙ୍କଡା ପଥର ବୋଝେଇ ଟ୍ରକ, ୨ ଗୋଟି ମାଟି ବୋଝେଇ ଟ୍ରାକ୍ଟର, ୧ ଗୋଟି ମେଟାଲ ବୋଝେଇ ଟିପର ଏବଂ ଗୋଟାଏ ଜେସିବି ଜବତ ହୋଇଥିବାର ସୂଚନା ଦେଇଛନ୍ତି ତହସିଲଦାର ଶ୍ରୀ ବେହେରା। ସମସ୍ତ ଗାଡ଼ି ବେଆଇନ ଭାବେ ଏହି ସବୁ ଜିନିଷ ଚାଲାଣ କରୁଥିଲେ।  ତେବେ ବର୍ତ୍ତମାନ ସମସ୍ତ ଗାଡିଗୁଡିକ ବାଣପୁର ତହସିଲ ପରିସରରେ ଅଛି।

ଅନୁରୂପ ଭାବେ ଆଜି ସକାଳେ ଚିଲିକା ତହସିଲଦାର ପୁନମ ମହାପାତ୍ର ବେଆଇନ ଭାବେ ଗୋଡି ଚାଲାଣ କରୁଥିବା ୨ ଗୋଟି ଟ୍ରାକ୍ଟରକୁ  କୁହୁଡି ନିକଟରୁ ଜବତ କରିଛନ୍ତି। ଜବତ ହୋଇଥିବା ଟ୍ରାକ୍ଟର ଦୁଇଟି ବର୍ତ୍ତମାନ କୁହୁଡି ଫାଣ୍ଡି ପରିସରରେ ରହିଛି। ଉପଯୁକ୍ତ କାଗଜପତ୍ର ଦେଖାଇବାସହ ଜରିମାନା ପରିମାଣ ଦେଇ ଗାଡ଼ି ମାଲିକମାନେ ସେମାନଙ୍କ ଗାଡ଼ି ମୁକୁଳାଇ ନେଇପାରିବେ ବୋଲି ସୂଚନା ଦେଇଛନ୍ତି ଉଭୟ ବାଣପୁର ଏବଂ ଚିଲିକା ତହସିଲଦାର।

ଚିଲିକା ବାଣପୁର ଲଘୁ ଖଣିଜ ଦ୍ରବ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

“ସାରା ଦେଶରେ NRC ଲାଗୁ ହେବା ଉଚିତ”: SIR ବିବାଦ ମଧ୍ୟରେ RSS ର ଦାବି

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026

ବନ୍ୟା ପ୍ରଭାବିତଙ୍କ ପାଇଁ ଦଶହରା ପୂର୍ବରୁ ସରିବ କ୍ଷତିପୂରଣ ବଣ୍ଟନ : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

October 1, 2026
Latest News

“ସାରା ଦେଶରେ NRC ଲାଗୁ ହେବା ଉଚିତ”: SIR ବିବାଦ ମଧ୍ୟରେ RSS ର ଦାବି

October 1, 2026

ୟୁପିରେ ୨୦୨୭ ନିର୍ବାଚନ ପୂର୍ବରୁ ମେଣ୍ଟରେ ମହାଟକ୍କର! ଆସନ ଦାବିକୁ ନେଇ SP-କଂଗ୍ରେସ ମୁହାଁମୁହିଁ, ଭାଙ୍ଗିବ କି ଇଣ୍ଡିଆ ମେଣ୍ଟ?

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026

ଜିମ୍ବାୱେରେ ହେଲିକପ୍ଟର ଦୁର୍ଘଟଣା: ବ୍ୟବସାୟୀ ୱିକନେଲ୍, ତାଙ୍କ ପତ୍ନୀଙ୍କ ସମେତ ୬ ମୃତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.