କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୫୪୫ ନୂଆ କରୋନା ପଜିଟିଭ ଚିହ୍ନଟ

Published: Jan 22, 2021, 10:52 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୫୪୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୬୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୨୫ ହଜାର ୪୨୮ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୩୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨ ଲକ୍ଷ ୮୩ ହଜାର ୭୦୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୮୮ ହଜାର ୬୮୮  ଆକ୍ଟିଭ୍‌ କେସ୍ ରହିଛି।

Related posts