
ଭୁବନେଶ୍ଵର: ଆଜି ରାଜ୍ୟରୁ ୨୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ସୁନ୍ଦରଗଡରୁ ୩୭, ଝାରସୁଗୁଡାରୁ ୨୨, ଅନୁଗୁଳରୁ ୧୮, ସମ୍ବଲପୁରରୁ ୧୬, ପୁରୀରୁ ୧୫, କଟକରୁ ୧୪, ଖୋର୍ଦ୍ଧାରୁ ୧୨, ବାଲେଶ୍ବରରୁ ୯, ଯାଜପୁରରୁ ୯, ନୂଆପଡ଼ାରୁ ୯, ବରଗଡରୁ ୮, ବଲାଙ୍ଗୀରିରୁ ୮, ନୟାଗଡରୁ ୮, ମୟୂରଭଞ୍ଜରୁ ୫, ବୌଦ୍ଧରୁ ୩, କେନ୍ଦୁଝରରୁ ୩, ଭଦ୍ରକରୁ ୨, ଢେଙ୍କାନାଳରୁ ୨, ଗଜପତିରୁ ୨, ଗଞ୍ଜାମରୁ ୨, କେନ୍ଦ୍ରାପଡାରୁ ୨, ଜଗତସିଂହପୁରରୁ ୧, କଳାହାଣ୍ଡିରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୦ ହଜାର ୭୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୨୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୩୦୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।