Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଜବ ସମ୍ପର୍କିତ ୭୦୦ ପେଜ୍‌ ହଟାଇଲା ଫେସ୍‌ବୁକ୍‌
ଆଜିର ଖବର

ଗୁଜବ ସମ୍ପର୍କିତ ୭୦୦ ପେଜ୍‌ ହଟାଇଲା ଫେସ୍‌ବୁକ୍‌

April 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
facebook removed irrelevant pages
facebook removed irrelevant pages

ସାମାଜିକ ଗଣମାଧ୍ୟମର ଅଗ୍ରଣୀ କମ୍ପାନୀ ଫେସ୍‍ବୁକ୍‍ ଭାରତରେ ସାଧାରଣ ନିର୍ବାଚନ ପୂର୍ବରୁ ବଡ଼ ପଦକ୍ଷେପ ଗ୍ରହଣ କରିଛି। ଫେସ୍‍ବୁକ୍‍ ଦାବି କରିଛି ଯେ ପାକିସ୍ତାନ ସୈନ୍ୟ କର୍ମଚାରୀଙ୍କ ସମ୍ପର୍କିତ ପେଜ୍‍ ଏବଂ  କଂଗ୍ରେସ ଦଳ ସମ୍ପର୍କିତ ପେଜ୍‌ଗୁଡ଼ିକୁ ଫେସ୍‍ବୁକ୍‍ରୁ ଅପସାରଣ କରିନିଆଯାଇଛି। ଅନ୍ତର୍ଜାତୀୟ ନ୍ୟୁଜ୍‍ ଏଜେନ୍ସି ରୟଟର୍ସ ଦ୍ୱାରା ଫେଜ୍‍ ଅପସାରଣ ନେଇ ସୂଚନା ଦିଆଯାଇଛି। ଫେସ୍‍ବୁକ୍‍ ପକ୍ଷରୁ କୁହାଯାଇଛି ଯେ ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ସମ୍ପର୍କିତ ୬୮୭ଟି ପେଜ୍‍ ଏବଂ ଆକାଉଣ୍ଟ ଅପସାରଣ କରିନିଆଯାଇଛି। ଏହାସହ ଫେସ୍‍ବୁକ୍‍ ପାକିସ୍ତାନ ସୈନ୍ୟ କର୍ମଚାରୀଙ୍କ ୧୦୩ ଆକାଉଣ୍ଟ ହଟାଇ ଦେଇଛି। ପ୍ରଥମ ଥର ଫେସ୍‍ବୁକ୍‍ ଏକ ବଡ଼ ରାଜନୈତିକ ଦଳ ସମ୍ପର୍କିତ ପେଜ୍‍ ଓ ଆକାଉଣ୍ଟକୁ ହଟାଇଛି। ଏହି ପେଜ ଏବଂ ଆକାଉଣ୍ଟଗୁଡ଼ିକରୁ ପ୍ରକାଶିତ ପୋଷ୍ଟ ଏବଂ ଫଟୋରେ ଭୁଲ ତଥ୍ୟ ଦିଆଯାଉଥିବା ଜଣାପଡ଼ିବା ପରେ ସେଗୁଡ଼ିକୁ ହଟାଇ ଦିଆଯାଇଛି ବୋଲି ଫେସ୍‍ବୁକ୍‍ ସୂଚନା ଦେଇଛି। ଫେସ୍‍ବୁକ୍‍ ନିଜ ତଦନ୍ତରେ ଜାଣିବାକୁ ପାଇଥିଲା ଯେ ଲୋକଙ୍କ ନକଲି ଆକାଉଣ୍ଟ ତିଆରି କରାଯାଇ ବିଭିନ୍ନ ପେଜ ସହ ଲିଙ୍କ୍‍ କରାଯାଇଥିଲା। ଏହି ଆକାଉଣ୍ଟ ଓ ପେଜ ଦ୍ୱାରା ଭୁଲ ଏବଂ ଭ୍ରମିତ ତଥ୍ୟର ପ୍ରସାରଣ କରାଯାଉଥିଲା। ଏହି ପେଜ ଓ ଆକାଉଣ୍ଟଗୁଡ଼ିକରେ ଶାସକ ଦଳ ବିଜେପି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସମାଲୋଚନା କରାଯାଉଥିଲା। ସୂଚନାଯୋଗ୍ୟ ଯେ ଚଳିତ ଥର ଅପ୍ରେଲ ୧୧ରୁ ମଇ ୧୯ ମଧ୍ୟରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ। ମଇ ୨୩ରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ।

facebook remove thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

୯ ପୋଲିସକୁ ଫାଶୀ

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026
Latest News

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.