Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୦୦ ଔଷଧ ଉପରେ ରୋକ୍‌ ଲଗାଇବେ ସରକାର
ଆଜିର ଖବର

୧୦୦ ଔଷଧ ଉପରେ ରୋକ୍‌ ଲଗାଇବେ ସରକାର

April 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
medicines to be banned
medicines to be banned

ଔଷଧ କମ୍ପାନୀଙ୍କ ମନମୁଖି ଗତିବିଧି ଉପରେ ଅଙ୍କୁଶ ଲଗାଇବାକୁ ସରକାର ପ୍ରୟାସ ଆରମ୍ଭ କରିଛନ୍ତି। ଏହି କ୍ରମରେ ୧୦୦ରୁ ଊର୍ଦ୍ଧ୍ବ ନାମୀଦାମୀ ବା ବ୍ରାଣ୍ଡେଡ ଔଷଧ ଉପରେ ପ୍ରତିବନ୍ଧକ ଲଗାଯିବ ବୋଲି ଜଣାପଡିଛି। ୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଡ୍ରଗ୍ସ ଟେକ୍ନିକାଲ ଆଡଭାଇଜର ବୋର୍ଡ (ଡିଟିଏବି) ବୈଠକରେ ଉପରୋକ୍ତ ନିଷ୍ପତ୍ତି ନିଆଯିବ ବୋଲି ଜଣେ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି। ଗତବର୍ଷ ମଧ୍ୟ ଭାରତ ସରକାର ୩୪୪ ଔଷଧ ଉପରେ ରୋକ୍‌ ଲଗାଇଥିଲେ। ପ୍ରକାଶଯୋଗ୍ୟ ଯେ ଭାରତରେ ବହୁ ବଡ଼ ବ୍ରାଣ୍ଡେଡ଼ କମ୍ପାନୀ ଆବଶ୍ୟକ ସ୍ୱୀକୃତି ବିନା ଫିକ୍ସ ଡୋଜ କମ୍ବିନେଶନ (ଏଫଡିସି) ଔଷଧ ପ୍ରସ୍ତୁତ ଓ ବିକ୍ରି କରୁଛନ୍ତି। ଏହାର ସିଧା ସଳଖ ପ୍ରଭାବ ରୋଗୀଙ୍କ ଉପରେ ପଡୁଛି। ଏଫଡିସି ଯୋଗୁଁ ରୋଗୀଙ୍କୁ ଅନାବଶ୍ୟକ ଔଷଧ ବି ଖାଇବାକୁ ପଡୁଛି। କେତେକ ଔଷଧର ଗୁଣାବତ୍ତା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟକୁ ଅଭିଯୋଗ ଆସିଛି। ଅଭିଯୋଗ ଆଧାରରେ ସରକାର ଔଷଧ କମ୍ପାନୀଗୁଡ଼ିକର କାର୍ଯ୍ୟଶୈଳୀରେ ସୁଧାର ଆଣିବା ପାଇଁ କେତେକ କାର୍ଯ୍ୟାନୁଷ୍ଠାନ ନେବାକୁ ଯୋଜନା କରିଛନ୍ତି। ଏହି ଅନୁସାରେ ୧୦୦ଟି ନାମୀଦାମୀ ଔଷଧ ପାଇଁ ଔଷଧ କମ୍ପାନୀଗୁଡ଼ିକୁ ଅଧିକ ଗବେଷଣା କରିବାକୁ କୁହାଯାଇପାରେ। ଏହାଦ୍ୱାରା ଔଷଧର ଗୁଣାବତ୍ତା ସୁନିଶ୍ଚିତ କରିହେବ ଓ ସରକାର ଏନେଇ ଆବଶ୍ୟକ ନିଷ୍ପତ୍ତି ଗ୍ରହଣ କରିପାରିବେ ବୋଲି କୁହାଯାଇଛି। ଏହାବ୍ୟତୀତ ଚୀନ ଓ ଅନ୍ୟ କେତେକ ଦେଶରୁ ଔଷଧ ତିଆରି ପାଇଁ ଆମଦାନୀ ହେଉଥିବା କଞ୍ଚାମାଲରେ ଗୋଳମାଳ ଓ ନିମ୍ନଗୁଣବତ୍ତା ନେଇ ଅଭିଯୋଗ ଆସିଛି। ତେଣୁ ଏହା ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଣାପଡିଛି।

ban govt medecines thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026

ଅଗଷ୍ଟ ୧୫ରୁ ଶ୍ରୀଲଙ୍କା ସିରିଜ: ଜାଣନ୍ତୁ କେବେ ଘୋଷଣା ହେବେ ଟିମ୍ ଇଣ୍ଡିଆ?

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.