ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦୫ ଜଣ କରୋନା ଆକ୍ରାନ୍ତ

Published: Jan 23, 2021, 8:57 pm IST

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୦୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଝାରସୁଗୁଡାରୁ ୩୩, ବରଗଡରୁ ୨୨, ସମ୍ବଲପୁରରୁ ୨୨, ସୁନ୍ଦରଗଡରୁ ୨୨, ପୁରୀରୁ ୧୪, ନୂଆପଡ଼ାରୁ ୧୩, ଖୋର୍ଦ୍ଧାରୁ ୧୦, କଟକରୁ ୮, ଯାଜପୁରରୁ ୮, ବାଲେଶ୍ବରରୁ ୭, କୋରାପୁଟରୁ ୬, ସୋନପୁରରୁ ୬, ଅନୁଗୁଳରୁ ୪, ଗଜପତିରୁ ୪, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨, କଳାହାଣ୍ଡିରୁ ୨, ନୟାଗଡରୁ ୨, ବୌଦ୍ଧରୁ ୧, ଦେବଗଡ଼ରୁ ୧, କେନ୍ଦୁଝରରୁ ୧, ମୟୂରଭଞ୍ଜରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୦ ହଜାର ୯୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୧୫୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୨୩୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts