Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତରେ ବିଜେପିରେ ସାମିଲ ହେଲେ କଂଗ୍ରେସ ପ୍ରାର୍ଥୀନୀ ଏବଂ ଶତାଧିକ କର୍ମୀ
ଆଜିର ଖବର

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତରେ ବିଜେପିରେ ସାମିଲ ହେଲେ କଂଗ୍ରେସ ପ୍ରାର୍ଥୀନୀ ଏବଂ ଶତାଧିକ କର୍ମୀ

January 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପରଜଙ୍ଗ ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତ୍ରୀ ଯଶସ୍ୱନୀ ରାଉତ ଏବଂ ତାଙ୍କ ସମର୍ଥକମାନେ ବିଜେପିରେ ସାମିଲ ହୋଇଛନ୍ତି। ଶ୍ରୀମତୀ ରାଉତ ୨୦୧୯ ସାଧାରଣ ନିର୍ବାଚନରେ ପରଜଙ୍ଗ ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀନୀ ଏବଂ ପୂର୍ବତନ ପଂଚାୟତ ସମିତି ଅଧ୍ୟକ୍ଷା ଥିଲେ। ରାଜ୍ୟସଭାପତି ସମୀର ମହାନ୍ତି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଢେଙ୍କାନାଳ ଜିଲ୍ଲାର ଶତାଧିକ କଂଗ୍ରେସ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି। ରାଜ୍ୟ ସଭାପତି ଶ୍ରୀ ମହାନ୍ତି ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଏବଂ ଟୋପି ପିନ୍ଧାଇ ବିଦ୍ଧିବଦ୍ଧ ଭାବେ ଦଳରେ ସାମିଲ କରାଇଛନ୍ତି।

ପରଜଙ୍ଗ ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ପ୍ରତ୍ୟାଶୀ ଯଶସ୍ୱନୀ ରାଉତ ଏବଂ ତାଙ୍କ ସମର୍ଥକମାନଙ୍କୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସ୍ୱାଗତ କରିବା ସହ ଏହି ମିଶ୍ରଣ ଦ୍ୱାରା ଦଳ ପରଜଙ୍ଗ ନିର୍ବାଚନ ମଣ୍ଡଳୀରେ ଆହୁରି ମଜବୁତ୍ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସବକା ସାଥ, ସବକା ବିକାଶ, ସବକା ବିଶ୍ୱାସ ନୀତିରେ ଦେଶରେ ଏକ ନୂଆ ଜାଗରଣ ତିଆରି ହୋଇଛି।

ଓଡିଶାରେ ଆମେ ଦୁଇ ପାଦ ଆଗରେ ରହିଛୁ। ଜାତୀୟ ଗଣମାଧ୍ୟମରେ ହୋଇଥିବା ସର୍ଭେ ଅନୁଯାୟୀ ପ୍ରଧାନମନ୍ତ୍ରୀଙ୍କ ଲୋକପ୍ରିୟତା ଦେଶରେ ୭୦ରୁ ୭୫ ପ୍ରତିଶତ ରହିଥିବାବେଳେ ଓଡିଶାରେ ଏହା ୯୦ରୁ ୯୫ ପ୍ରତିଶତ ରହିଛି। ଭାରତ ବର୍ଷରେ ସବୁଠୁ ଲୋକପ୍ରିୟ ଏବଂ ଓଡିଶା ଲୋକଙ୍କ ଏକମାତ୍ର ପସନ୍ଦଯୋଗ୍ୟ ଜନନେତା ହେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେପିରେ ସାମିଲ
Share. Facebook Twitter LinkedIn Email WhatsApp Copy Link

Related Posts

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026
Latest News

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.