ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି ପ୍ରକାଶ

Published: Apr 2, 2019, 11:42 am IST

ଚଳିତ ସାଧାରଣ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ ଏହି ସମୟରେ ୬ଟି ସଂସଦୀୟ କ୍ଷେତ୍ର ଏବଂ ୪୨ଟି ବିଧାନସଭା କ୍ଷେତ୍ରରେ ନିର୍ବାଚନ ଅନୁଷ୍ଠିତ ହେବ। ନାମାଙ୍କନ ଦାଖଲ ନିମନ୍ତେ ଏପ୍ରିଲ୍‌ ୯ ପର୍ଯ୍ୟନ୍ତ ଶେଷ ତାରିଖ ରହିଥିବା ବେଳେ ୧୦ ତାରିଖରେ ପ୍ରାର୍ଥୀପତ୍ର ପରୀକ୍ଷା କରାଯିବ। ଏପ୍ରିଲ୍‌ ୧୨ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ଏପ୍ରିଲ୍‌ ୨୯ ତାରିଖରେ ଭୋଟ ଗ୍ରହଣ ହେବାର ଥିବା ବେଳେ ମେ ୨୩ ତାରିଖରେ ଭୋଟ ଗଣତି ହେବାର କାର୍ଯ୍ୟକ୍ରମ ରହିଛି। ୬ଟି ଲୋକସଭା କେନ୍ଦ୍ର ମଧ୍ୟରେ ରହିଛି ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ ଜଗତସିଂହପୁର।

Related posts