କରୋନା ଅପଡେଟ୍‌: ଦେଶରେ ୧୦  ହଜାର ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

Published: Jan 26, 2021, 10:44 am IST

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦  ହଜାର ତଳକୁ ଖସିଛି। ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୧୦୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୧୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୭୬ ହଜାର ୮୩୮ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୫୮୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୪୫ ହଜାର ୯୮୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୭୭ ହଜାର ୨୬୬  ଆକ୍ଟିଭ୍‌ କେସ୍ ରହିଛି।

Related posts