ରାଜ୍ୟରେ ଶହେ ତଳକୁ ଖସିଲା କରୋନା ଆକ୍ରାନ୍ତ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

Published: Jan 26, 2021, 12:07 pm IST

ଭୁବନେଶ୍ବର: ସାତ ମାସ ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ତଳକୁ ଖସିଛି। ଆଜି ୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୮ ଜଣ ଚିହ୍ନଟ ହୋଇଥିବାବେଳେ ୪୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୫୨୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୧ ହଜାର ୨୮୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୨୮୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୯୯ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୦, ଅନୁଗୁଳ ଜିଲ୍ଲାରୁ ୬, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରିରୁ ୧, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୩, ନୂଆପଡ଼ା ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୪, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୯, ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts