Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉପଖଣ୍ଡସ୍ତରୀୟ ଭୋଟର ଦିବସ ପାଳିତ
ଆଜିର ଖବର

ଉପଖଣ୍ଡସ୍ତରୀୟ ଭୋଟର ଦିବସ ପାଳିତ

January 26, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ୧୧ତମ ଜାତୀୟ ଭୋଟର ଦିବସ ଟାଉନ୍ ହଲ୍ ପରିସରରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟଅତିଥି ଭାବେ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଶ୍ରୀଯୁକ୍ତ ଟି. ଆଓ ଯୋଗଦେଇ ଭାରତବର୍ଷର ଗଣତନ୍ତ୍ର ଓ ପରମ୍ପରା ଉଚ୍ଚକୋଟିର ଓ ଭାରତବର୍ଷର ସବୁଠାରୁ ବୃହତ୍ ଗଣତ୍ତ୍ର ଉତ୍ସବର ସଂବିଧାନ ଦିବସ ବା ଭୋଟ ପ୍ରଦାନ କରିବା ଦିବସ ବୋଲି ମୁଖ୍ୟଅତିଥି କହିଥିଲେ।

ସମ୍ମାନିତ ଅତିଥି ରୂପେ ବ୍ରହ୍ମପୁର ମହାନଗର ନିଗମ କମିଶନର ଡ. ସିଦ୍ଧେଶ୍ୱର ବଳିରାମ ବୋନ୍ଦାର କହିଥିଲେ ଯେ ଆମେ ନିଜ ଦେଶର ଗଣତନ୍ତ୍ର ପରମ୍ପରାର ମର୍ଯ୍ୟାଦା ବଜାୟ ରଖିବୁ ଏବଂ ସମସ୍ତ ବିଏଲ୍‌ଓ ଓ ସୁପରଭାଇଜରଙ୍କୁ ନିଷ୍ଠାର ସହିତ ଭଲ କାମ କରିବାକୁ ପରାମର୍ଶ ଦେଇଥିଲେ।

ଉପଜିଲ୍ଲାପାଳ ଭି. କୀର୍ତ୍ତିଭାସନ କହିଥିଲେ ଯେ ଗଣତନ୍ତ୍ରର ସୁରକ୍ଷା ଲାଗି ଶାନ୍ତିପୂର୍ଣ୍ଣ ନିର୍ବାଚନର ଗରିମାକୁ ଅକ୍ଷୁଣ୍ଣ ରଖି ନିର୍ଭିକ ହୋଇ ଜାତି, ଧର୍ମ, ବର୍ଣ୍ଣ, ଗୋଷ୍ଠି, ଭାଷା ଏବଂ କୌଣସି ପ୍ରଲୋଭନରେ ପ୍ରଭାବିତ ନହୋଇ ନିଜ ମତାଧିକାର ପ୍ରୟୋଗ କରିବା ଏବଂ ବିଏଲ୍‌ଓ ଓ ସୁପରଭାଇଜରଙ୍କ କାର୍ଯ୍ୟକୁ ପ୍ରଶଂସା କରିଥିଲେ।

ଏହି ଅବସରରେ ଭଲ କାର୍ଯ୍ୟ କରିଥିବା ବିଏଲ୍‌ଓ ଓ ସୁପରଭାଇଜରଙ୍କୁ ପ୍ରଶଂସାପତ୍ର ମୁଖ୍ୟଅତିଥି ପ୍ରଦାନ କରିଥିଲେ। ନୂଆ ଭୋଟ ପରିଚୟ ପତ୍ର ପାଇଥିବା ଭୋଟରଙ୍କୁ ମଧ୍ୟ ଭୋଟର କାର୍ଡ଼ ପ୍ରଦାନ କରାଯାଇଥିଲା। ଏହି ଅବସରରେ ମୁଖ୍ୟଅତିଥି ଏବଂ ସମ୍ମାନିତ ଅତିଥିଙ୍କ ଦ୍ୱାରା ଇ-ଏପିକ୍ କାଉଣ୍ଟର ବ୍ରହ୍ମପୁର ମହାନଗର ନିଗମ ଏବଂ ଉପଜିଲ୍ଲାପାଳ ଅଫିସ ପାଇଁ ଉନ୍ମୋଚିତ ହୋଇଛି।

ଜାତୀୟ ଭୋଟର ଦିବସରେ ସମ୍ମାନିତ ଅତିଥି ଓ ଉପସ୍ଥିତ ଥିବା ସମସ୍ତ କର୍ମଚାରୀଗଣ, ଜନସାଧାରଣ ଏବଂ ସାମ୍ବାଦିକଙ୍କୁ ମୁଖ୍ୟଅତିଥି ଶପଥପାଠ କରାଇଥିଲେ। ଶେଷରେ ଡ଼େପୁଟି କଲେକ୍ଟର ପଞ୍ଚାନନ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ଅନ୍ୟ ସମ୍ମାନିତ ଅତିଥି ମଧ୍ୟରେ ଡ଼େପୁଟି କଲେକ୍ଟର ଶ୍ରୀ ପାତ୍ର, ତହସିଲ୍‌ଦାର ସୀପକ କୁମାର ପାତ୍ର, କନିଷି ତହସିଲ୍‌ଦାର ତାପସ କୁମାର ରାଉତ ଯୋଗ ଦେଇଥିଲେ। ସହକାରୀ ଜିଲ୍ଲାପାଳ ଡି. ମାଲେଶ୍ୱର ପାତ୍ର, ବିନୋଦ କୁମାର ବେହେରା, ପ୍ରଦୀପ କୁମାର ମହାରଣା ଏବଂ ସେକ୍ସନ ଅଫିସର ବିବେକାନନ୍ଦ ଦଳେଇ ଓ ଡି. ଭେଙ୍କଟେଶ୍ୱର ରାଓ ଏବଂ ଅନ୍ୟାନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।

ବ୍ରହ୍ମପୁର ଭୋଟର ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.