Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଧାରଣତନ୍ତ୍ର ଦିବସ ଅବସରରେ ମହାନ ସଂଗ୍ରାମୀମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ସାଧାରଣତନ୍ତ୍ର ଦିବସ ଅବସରରେ ମହାନ ସଂଗ୍ରାମୀମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

January 26, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ଦେଶ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହୁରୁ, ନେତାଜୀ ସୁବାସ ଚନ୍ଦ୍ର ବୋଷ, ମୋଲନା ଆଜାଦ, ଡଃ. ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍ସି ଜଗବନ୍ଧୁ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ଶହିଦ ଲକ୍ଷ୍ମଣ ନାୟକ, ରମା ଦେବୀ, ପାର୍ବତୀ ଗିରି, ଡଃ. ହରେକୃଷ୍ଣ ମହାତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଦେଶ ପାଇଁ ବଳିଦାନ ଦେଇଥିବା ସହିଦ ମାନଙ୍କ ପ୍ରତି ମଧ୍ୟ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେହିପରି ସହିଦ ହୋଇଥିବା କୋଭିଡ଼ ଯୋଦ୍ଧାମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି। ଭାରତ ବହୁ ଜାତି, ଧର୍ମ, ଭାଷା, ସଂସ୍କୃତି, ବିଶ୍ବାସକୁ ନେଇ ଗଠିତ ହୋଇଛି। ବିଭିନ୍ନ ଅଞ୍ଚଳର ଭୁଗଲା ମଧ୍ୟ ଭିନ୍ନ ଭିନ୍ନ ରହିଛି। ଏସବୁ ସତ୍ତ୍ୱେ ଆମର ଏକତା ବଜାୟ ରହିଛି। ଯାହା ଆମର ସବୁଠାରୁ ବଡ ଶକ୍ତି। ଏହା ଆମ ସଂସ୍କୃତି ଓ ସମାଜକୁ ସମୃଦ୍ଧି କରିଛି। ଯାହା ଆମ ସମ୍ବିଧାନରେ ବହୁତ ସୁନ୍ଦର ଭାବେ ପ୍ରତିଫଳିତ ହୋଇଛି ଏବଂ ସମସ୍ତଙ୍କ ପାଇଁ ସମାନ ବିକାଶ ଦେବାରେ ସୁଯୋଗ ସୃଷ୍ଟି ହୋଇଛି।

ଆମ ବିଭିଦତାର ସୁରକ୍ଷା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଜାତୀୟ ପ୍ରସଙ୍ଗରେ ସହମତି ପାଇଁ ଆମେ କାମ କରିବା ଦରକାର। ଏହା ଆମ ଗଣତନ୍ତ୍ରର ଅଧିକ ମଜଭୁତ କରିବା ସହ ଦେଶକୁ ଆହୁରି ଶକ୍ତିଶାଳୀ କରିବ। ଓଡିଶା ଆଜି ଦେଶର ବିକାଶ ମାନଚିତ୍ରରେ ନିଜର ସ୍ଥିତକୁ ମଜଭୁତ କରିପାରିଛି। କୃଷି, ଶିଳ୍ପ ଓ ଭିତିଭୂମୀ ଉପରେ ଅର୍ଥନୀତିର ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଓଡିଶା ଦୃଶ୍ୟମାନ ଉନ୍ନତି କରିପାରିଛି।

ରାଜ୍ୟର କୃଷି ଉତ୍ପାଦନ ବଢିବା ସହ ଚାଷୀମାନଙ୍କ ରୋଜଗାର ମଧ୍ୟ ବଢିଛି। ରାଜ୍ୟରେ ନୂଆ ନୂଆ ପୁଞ୍ଜି ଆସି ଭିତ୍ତିଭୂମୀର ବିକାଶ ପାଇଁ ଅର୍ଥନିତୀକୁ ଚଳଚଞ୍ଚଳ କରିବାକୁ ସୁଯୋଗ ସୃଷ୍ଟି କରିଛି। ବିଭିନ୍ନ କଲ୍ୟାଣକାରୀ ଯୋଜନା କରିବାରେ ଓଡିଶାର ସ୍ଥାନ ସାରା ଦେଶରେ ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଛି।

ବିଗତ ୧୦ ମାସ ହେଲା କରୋନା ଲଢେଇରେ ଓଡିଶା ସଫଳ ହୋଇଛି। ଏହାସହିତ ଟିକା ଆସିଥିଲେ ମଧ୍ୟ କରୋନା କଟକଣାକୁ କଡାକଡି ଭାବେ ମାନିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏକ ସମୃଦ୍ଧ, ସଶକ୍ତ ଓ ସ୍ବାଭିମାନୀ ଓଡିଶା ନିର୍ମାଣ ପାଇଁ ଆମେ ଦୃଢ ସଂକଲ୍ପ ସହ ଆଗକୁ ବଢୁଛେ। କଠିନ ପରିଶ୍ରମ, ଗଭୀର ନିଷ୍ଠା ଓ ସମସ୍ତଙ୍କ ସହଯୋଗରେ ଆମକୁ ଲକ୍ଷ ସ୍ଥଳରେ ପହଞ୍ଚାଇପାରିବ। ମୁଖ୍ୟମନ୍ତ୍ରୀ ଏକ ନୂଆ ଓଡିଶା ଗଠନ ଦିଗରେ ସମସ୍ତଙ୍କ ଆଶୀର୍ବାଦ କାମନା କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ
Share. Facebook Twitter LinkedIn Email WhatsApp Copy Link

Related Posts

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 13, 2026
Latest News

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.