
ସୀତାରାମ ଅଗ୍ରୱାଲ
ଟାଙ୍ଗୀ: ଭୟାବହ ଅଗ୍ନିକାଣ୍ଡରେ ୫ ବଖରା ଘର ସହ ଗୋଟିଏ ବଳଦ ଏବଂ ଗୋଟିଏ ବାଛୁରୀ ଜୀବନ୍ତ ଦଗ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଡପାରୀ ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି।
ସୂଚନା ମୁତାବକ, ବଡପାରୀ ଗ୍ରାମର ଗୋଦାବରୀ ପାଲଟାସିଂହଙ୍କ ଘରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ଟାଙ୍ଗୀ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ହେଲେ ତା’ପୂର୍ବରୁ ଗୋଦାବରୀଙ୍କ ୫ ବଖରା ଘର ଅଗ୍ନିକାଣ୍ଡରେ ପାଉଁଶ ହୋଇଯାଇଥିଲା। ଏହି ଘରେ ଥିବା ଆସବାବପତ୍ର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଏହାସହିତ ଏହି ଭୟାବହ ଅଗ୍ନିକାଣ୍ଡରେ ଗୋଟିଏ ବଳଦ ଏବଂ ଗୋଟିଏ ବାଛୁରୀ ଜୀବନ୍ତ ଦଗ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ।