କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୨ ହଜାର ୬୮୯ ଆକ୍ରାନ୍ତ ଚିହ୍ନଟ

Published: Jan 27, 2021, 10:42 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୬୮୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୩୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୮୯ ହଜାର ୫୨୭ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୭୨୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୫୯ ହଜାର ୩୦୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୭୬ ହଜାର ୪୯୮  ଆକ୍ଟିଭ୍‌ କେସ୍ ରହିଛି।

Related posts