Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାମାରୀର କରାଳରୂପ ସରିଗଲାଣି ବୋଲି ଭାବିବା ଅନୁଚିତ୍: ସୋଆ ବିଶେଷଜ୍ଞ
ଆଜିର ଖବର

ମହାମାରୀର କରାଳରୂପ ସରିଗଲାଣି ବୋଲି ଭାବିବା ଅନୁଚିତ୍: ସୋଆ ବିଶେଷଜ୍ଞ

January 27, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମଙ୍ଗଳବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଦୁଇ ଜଣ ବିଶିଷ୍ଟ ସ୍ୱାସ୍ଥ୍ୟସେବା ବିଶେଷଜ୍ଞ କୋଭିଡ-୧୯ ନିୟମକୁ କଡାକଡି ପାଳନ କରିବା ସହ ଏହି ମହାମାରୀର ପ୍ରଭାବ କମିଗଲାଣି ବୋଲି ଭୁଲ୍ ଧାରଣା ରଖିବା ଅନୁଚିତ୍ ବୋଲି ପରାମର୍ଶ ଦେଇଥିଲେ।

ଆମେ ମହାମାରୀର କରାଳରୂପ ସରିଗଲାଣି ବୋଲି ଭାବିବା ଅନୁଚିତ୍। ପୂର୍ବ କିଛି ମାସ ଭଳି ଆମେ ନିୟମିତ ଭାବରେ ମୁହଁରେ ମାସ୍କ ପିନ୍ଧିବା, ହାତ ଧୋଇବା ଏବଂ ସାମାଜିକ ଦୂରତା ଜାରି ରଖିବା ଉଚିତ୍। କାରଣ ଏହି ମହାମାରୀର ଭୟାବହତା ଏବେ ବି ରହିଛି ବୋଲି ବିଶ୍ୱବିଦ୍ୟାଳୟର କର୍ପୋରେଟ୍ ଅଫିସ୍‌ରେ ପତାକା ଉତ୍ତୋଳନ ଅବସରରେ ସୂଚନା ଦେଇଛନ୍ତି ସୋଆର ପ୍ରୋ-ଚାନ୍‌ସେଲର୍‌ ତଥା ବିଶିଷ୍ଟ କାର୍ଡିଓ – ଥୋରାସିକ୍ ସର୍ଜନ୍ ପ୍ରଫେସର ଅମିତ ବାନାର୍ଜୀ।

ଏହି ଅବସରରେ ସୋଆ କୁଳପତି ତଥା ବିଶିଷ୍ଟ ନ୍ୟୁରୋ ସର୍ଜନ୍ ପ୍ରଫେସର ଅଶୋକ କୁମାର ମହାପାତ୍ର କହିଥିଲେ ଯେ କୋଭିଡ ବିରୁଦ୍ଧରେ ଭାକ୍ସିନ୍ ଆସିଗଲାଣି ତଥାପି ଏହି ମହାମାରୀର ଭୟାବହତା ଚାଲିଗଲାଣି ବୋଲି କେହି ଭାବିବା ଉଚିତ୍ ନୁହେଁ। ଭାକ୍ସିନ୍ ଆସିଯିବା ଦ୍ୱାରା ଏବଂ ନୂଆ ସଂକ୍ରମିତଙ୍କ ସଂଖ୍ୟା କମିବା ଦ୍ୱାରା ବିନା କୌଣସି କଟକଣାରେ ସବୁଆଡେ ଅନାୟସରେ ବୁଲି ହେବ ବୋଲି ଲୋକେ ଭାବିବା ଆରମ୍ଭ କଲେଣି।

ତେବେ ଏହା ଠିକ୍ କଥା ନୁହେଁ। ଅନେକ ଦେଶରେ ବର୍ତ୍ତମାନ ସଂକ୍ରମଣର ତୃତୀୟ ପର୍ଯ୍ୟାୟ ଆରମ୍ଭ ହୋଇଗଲାଣି। ତେଣୁ ଆମକୁ ଏ କଥାକୁ ଏତେ ସହଜରେ ନେବା ଉଚିତ୍ ନୁହେଁ ବୋଲି ପ୍ରଫେସର ମହାପାତ୍ର କହିଥିଲେ। କୋଭିଡ କଟକଣାକୁ ଦୃଷ୍ଟିରେ ରଖି ସୋଆରେ ପୂର୍ବ ଭଳି ଗଣତନ୍ତ୍ର ଦିବସ ପାଳନରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଅନୁଷ୍ଠାନଗୁଡ଼ିକରେ ପୃଥକ ପୃଥକ ଭାବେ ପତାକା ଉତ୍ତୋଳନ କରାଯାଇଥିଲା।

ଏହି ଅବସରରେ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ମଧ୍ୟ ଉଦ୍‌ବୋଧନ ଦେଇଥିଲେ। ଗଣତନ୍ତ୍ର ଦିବସ ପାଳନ ଅବସରରେ ସୋଆ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ, ଡିନ୍ (ରିସର୍ଚ୍ଚ ଆଣ୍ଡ ଡେଭ୍‌ଲପ୍‌ମେଂଟ) ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍‌ର ଡିନ୍ (ପୋଷ୍ଟ ଗ୍ରାଜୁଏଟ୍‌ ଷ୍ଟଡିଜ୍‌) ପ୍ରଫେସର ପ୍ରେମାନନ୍ଦ ମହାପାତ୍ର, ଡିନ୍ ପ୍ରଫେସର ବିଜୟ କୁମାର ସାହୁ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର୍ ଷ୍ଟଡିଜ୍‌ ଡିନ୍ ପ୍ରଫେସର ଅନୁପ୍ କୁମାର ସାମନ୍ତରାୟ, ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର ସୁଦାମ ଚନ୍ଦ୍ର ସି, ଇନ୍‌ଷ୍ଟିଚ୍ୟୁଟ୍‌
ଅଫ୍ ଡେଂଟାଲ୍ ସାଇନ୍‌ସେସ୍‌ର ଡିନ୍ ପ୍ରପେସର ନୀତା ମହାନ୍ତିଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ।

କୋଭିଡ କଟକଣା ମହାମାରୀ ସୋଆ ସୋଆ ବିଶେଷଜ୍ଞ
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Latest News

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.