କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୧ ହଜାର ୬୬୬ ଆକ୍ରାନ୍ତ ଚିହ୍ନଟ

Published: Jan 28, 2021, 10:18 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୬୬୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୨୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୭ ଲକ୍ଷ ୧ ହଜାର ୧୯୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୮୭୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୭୩ ହଜାର ୬୦୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୭୩ ହଜାର ୭୪୦  ଆକ୍ଟିଭ୍‌ କେସ୍ ରହିଛି।

Related posts