Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିନେ ତାରକା ସବ୍ୟସାଚୀ ମିଶ୍ରଙ୍କ ସହାୟତାରେ ସମ୍ ହସ୍ପିଟାଲ୍‌ରେ ୧୪ ମାସ ଶିଶୁର ବିରଳ ମସ୍ତିଷ୍କ ଅସ୍ତ୍ରୋପଚାର
ଆଜିର ଖବର

ସିନେ ତାରକା ସବ୍ୟସାଚୀ ମିଶ୍ରଙ୍କ ସହାୟତାରେ ସମ୍ ହସ୍ପିଟାଲ୍‌ରେ ୧୪ ମାସ ଶିଶୁର ବିରଳ ମସ୍ତିଷ୍କ ଅସ୍ତ୍ରୋପଚାର

January 28, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫ୍ୟାକଲ୍ଟି ଅଫ୍ ମେଡିସିନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଏକ ୧୪ ମାସ ଶିଶୁର ଏକ ବିରଳ ମସ୍ତିଷ୍କ ଅସ୍ତ୍ରେପଚାର (ଆନ୍‌ଟେରିଅର୍‌ ଏନ୍‌ସେଫାଲୋସିଲସ୍‌) ସଫଳତାର ସହ ସଂପାଦନ କରାଯାଇଛି।

ଜନ୍ମଗତ ତ୍ରୁଟି ଯୋଗୁଁ ଶିଶୁଟିର ମସ୍ତିଷ୍କର ଏକ ଅଂଶ ବାହାରକୁ ବାହାରି ଆସିଥିବା ବେଳେ ଏହା ଆଖି ଏବଂ ନାକକୁ ଆଚ୍ଛାଦିତ କରି ରଖିଥିଲା। ଖପୁରୀରେ ଏକ ଅଂଗର ହାଡ ନ ଥିବାରୁ ଏପରି ହୋଇଥିଲା।

ସୋଆ କୁଳପତି ତଥା ବିଶିଷ୍ଟ ନ୍ୟୁରୋସର୍ଜନ ପ୍ରଫେସର ଅଶୋକ କୁମାର ମହାପାତ୍ର ଏହି ଅସ୍ତ୍ରୋପଚାର କରିଥିଲେ। ଆନ୍‌ଟେରିଅର୍‌ ଏନ୍‌ସେଫାଲୋସିଲସ୍ ଏକ ସ୍ନାୟୁ ନଳୀ ଜନିତ ତ୍ରୁଟି ଯାହାକି ଗର୍ଭଧାରଣ କରିବାର କିଛି ଦିନ ମଧ୍ୟରେ ଘଟିଥାଏ ଏବଂ ଏହା ଦ୍ୱାରା ମସ୍ତିଷ୍କ କିମ୍ବା ମେରୁଦଣ୍ଡ ପ୍ରଭାବିତ ହୋଇଥାଏ ବୋଲି ପ୍ରଫେସର ମହାପାତ୍ର କହିଛନ୍ତି।

ଭୁବନେଶ୍ୱର ପଟିଆ ଅଂଚଳର ୧୪ ମାସର ଶିଶୁ ସାଇ ସତ୍ୟଜିତ ବେହେରାର ଜନ୍ମରୁ ଏଭଳି ତ୍ରୁଟି ରହିଥିବା ବେଳେ ତା’ର ପିତାମାତା ଅନେକ ହସ୍ପିଟାଲ୍ ବୁଲିଥିଲେ ମଧ୍ୟ କୌଣସି ସୁଫଳ ମିଳି ନଥିଲା। ଶେଷରେ ସେମାନେ ଜାନୁଆରୀ ୮ ତାରିଖ ଦିନ ସମ୍‌ ହସ୍ପିଟାଲ୍‌କୁ ଆସି ପ୍ରଫେସର ମହାପାତ୍ରଙ୍କ ନିକଟରେ ଶିଶୁର ପରୀକ୍ଷା କରାଇଥିଲେ। ଜାନୁଆରୀ ୧୨ ତାରିଖ ଦିନ ସେ ହସ୍ପିଟାଲ୍‌ରେ ଦାଖଲ ହୋଇଥିବା ବେଳେ ୧୪ ତାରିଖ ଦିନ ପ୍ରଫେସର ମହାପାତ୍ର ତା’ର ଅପରେସନ୍ କରିଥିଲେ। ଗୁରୁବାର ଦିନ ଶିଶୁ ସାଇ ସତ୍ୟଜିତ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଥିବା ବେଳେ ସର୍ଜରୀ ପରେ ତା’ର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ପ୍ରଫେସର ମହାପାତ୍ର କହିଛନ୍ତି।

ନୂଆଦିଲ୍ଲୀ ଏମ୍‌ସର ନ୍ୟୁରୋ ସର୍ଜରୀ ବିଭାଗର ପୂର୍ବତନ ମୁଖ୍ୟ ପ୍ରଫେସର ମହାପାତ୍ର କହିଛନ୍ତି ଯେ ୧୯୭୧ ମସିହା ଠାରୁ ଆଜି ପର୍ଯ୍ୟନ୍ତ ଏମ୍ସରେ ଏଭଳି ପ୍ରାୟ ୧୫୦ଟି ସର୍ଜରୀ ହୋଇଥିବା ବେଳେ ପ୍ରଥମ ଥର ପାଇଁ ସେ ଓଡ଼ିଶାରେ ଏହି ବିରଳ ଅସ୍ତ୍ରୋପଚାର
କରିଛନ୍ତି।

ଏହି ବଂଶାନୁକ୍ରମିକ ତ୍ରୁଟିଜନିତ ବ୍ୟାଧି ପ୍ରତ୍ୟେକ ୩ ଲକ୍ଷ ଜନ୍ମିତ ଶିଶୁଙ୍କ ମଧ୍ୟରୁ ଜଣଙ୍କ ନିକଟରେ ଦେଖାଦେଉଥିବା ବେଳେ ଇଣ୍ଡୋନେସିଆ, ମାଲେସିଆ, ଥାଇଲ୍ୟାଣ୍ଡ ଏବଂ କାମ୍ବୋଡିଆ ଭଳି ଦକ୍ଷିଣ-ପୂର୍ବ ଏସିଆନ୍ ଦେଶ ଗୁଡ଼ିକରେ ଅଧିକ ମାତ୍ରାରେ ଦେଖାଯାଉଛି। ଯଦିଓ ଭାରତରେ ଏହା ଖୁବ୍ ବିରଳ ତେବେ ଉତରପୂର୍ବାଂଚଳ ରାଜ୍ୟ ଗୁଡ଼ିକରେ କେତେକ ଶିଶୁଙ୍କ କ୍ଷେତ୍ରରେ ଏହି ତ୍ରୁଟି ଦେଖାଯାଉଥିବା ସେ କହିଛନ୍ତି।

ପୂର୍ବରୁ ଏହି ସର୍ଜରୀ ବ୍ରେନ୍ ରିପେୟାର୍‌, ଅର୍ବିଟାଲ୍ ରି-କନ୍‌ଷ୍ଟ୍ରକ୍ସନ୍ ଏବଂ ରାଇନୋପ୍ଲାଷ୍ଟି ଭଳି ତିନୋଟି ସ୍ତର ଦେଇ କରାଯାଉଥିବା ବେଳେ ୧୨ ରୁ ୧୪ ଘଂଟା ସମୟ ଲାଗୁଥିଲା। ତେବେ ବର୍ତମାନ ଶୈଲ୍ୟ ବିଜ୍ଞାନ କ୍ଷେତ୍ରରେ ଅନେକ ଉନ୍ନତି ଘଟିଥିବାରୁ ଏହା ୩ ରୁ ୪ ଘଂଟା ମଧ୍ୟରେ ହୋଇପାରୁଛି ବୋଲି ପ୍ରଫେସର ମହାପାତ୍ର କହିଛନ୍ତି।

ସର୍ଜରୀ ପରେ ଶିଶୁଟି ସୁସ୍ଥ ଥିବା ବେଳେ ପ୍ରଫେସର ମହାପାତ୍ରଙ୍କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ସାଇ ସତ୍ୟଜିତର ପିତାମାତା। ପୁଅ ଭଲ ହେବ ବୋଲି ଆଶା ନଥିଲା। ତାକୁ ନୂଆ ଜୀବନ ପ୍ରଫେସର ମହାପାତ୍ର ଦେଇଛନ୍ତି ବୋଲି କହିଛନ୍ତି ସାଇର ବାପା ପ୍ରକାଶ
ବେହେରା।

କେନ୍ଦ୍ରାପଡା ପାଟକୁରା ଅଂଚଳର ପ୍ରକାଶ ବେହେରା ଭୁବନେଶ୍ୱର ପଟିଆ ଅଂଚଳରେ ରହୁଥିବା ବେଳେ ଖୁବ୍ କଷ୍ଟ କରି ନିଜ ପରିବାରର ଗୁଜୁରାଣ ମେଂଟାଇଥାନ୍ତି। ଏଥିସହିତ ଛୋଟ ପୁଅର ଏଭଳି ଅବସ୍ଥା ତାଙ୍କୁ ଅଧିକ ବ୍ୟଥିତ କରିଥିଲା। ତେଣୁ ପୁଅର ଚିକିତ୍ସା ପାଇଁ ସମାଜସେବା କ୍ଷେତ୍ରରେ ନିଜକୁ ନିବିଡ ଭାବେ ନିୟୋଜିତ କରିଥିବା ବିଶିଷ୍ଟ ଓଡ଼ିଆ ସିନେ ତାରକା ସବ୍ୟସାଚୀ ମିଶ୍ରଙ୍କ ସାହାଯ୍ୟ ଲୋଡିଥିଲେ ପ୍ରକାଶ। ସବ୍ୟସାଚୀ ମଧ୍ୟ ତାଙ୍କୁ ତୁରନ୍ତ ସହାୟତାର ହାତ ବଢ଼ାଇ ଶିଶୁର ଅପେରସନ୍ ଓ ଚିକିତ୍ସାର ସମସ୍ତ ଖର୍ଚ୍ଚ ବହନ କରିଥିଲେ ବୋଲି ପ୍ରକାଶ କହିଛନ୍ତି।

ମସ୍ତିଷ୍କ ଅସ୍ତ୍ରୋପଚାର ସମ୍ ହସ୍ପିଟାଲ୍ ସିନେ ତାରକା ସବ୍ୟସାଚୀ ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଥାଇଲାଣ୍ଡରେ ଫସିଥିବା ୬ ଓଡ଼ିଆ ଯୁବକଙ୍କ ମଧ୍ୟରୁ ୪ ଫେରିଲେ ଓଡ଼ିଶା

February 22, 2026

ଓଡ଼ିଆ ଭାଷାର ବ୍ୟବହାର ପାଇଁ ସରକାରୀ ଅଧିକାରୀମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର

February 22, 2026

“ଜାଇକା” ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପର ସମୀକ୍ଷା ବୈଠକ

February 22, 2026

ରାଜ୍ୟରେ ହ୍ରାସ ପାଉଛି ଶିଶୁ ଜନ୍ମ ହାର, ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ

February 22, 2026
Latest News

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରେ ବାଧା ଦେବ ବର୍ଷା?: ଜାଣନ୍ତୁ ପାଣିପାଗ ଅପଡେଟ୍‌

February 22, 2026

ଥାଇଲାଣ୍ଡରେ ଫସିଥିବା ୬ ଓଡ଼ିଆ ଯୁବକଙ୍କ ମଧ୍ୟରୁ ୪ ଫେରିଲେ ଓଡ଼ିଶା

February 22, 2026

ଓଡ଼ିଆ ଭାଷାର ବ୍ୟବହାର ପାଇଁ ସରକାରୀ ଅଧିକାରୀମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର

February 22, 2026

“ଜାଇକା” ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପର ସମୀକ୍ଷା ବୈଠକ

February 22, 2026

ରାଜ୍ୟରେ ହ୍ରାସ ପାଉଛି ଶିଶୁ ଜନ୍ମ ହାର, ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.