କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୩ ହଜାର ୫୨ ଆକ୍ରାନ୍ତ ଚିହ୍ନଟ

Published: Jan 31, 2021, 10:07 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୫୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୨୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୭ ଲକ୍ଷ ୪୬ ହଜାର ୧୮୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୨୭୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪ ଲକ୍ଷ ୨୩ ହଜାର ୧୨୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୬୮ ହଜାର ୭୮୪  ଆକ୍ଟିଭ୍‌ କେସ୍ ରହିଛି।

Related posts