ରାଜ୍ୟରେ ଆଜି ୬୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

Published: Feb 2, 2021, 12:41 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬ ଜଣ ଚିହ୍ନଟ ହୋଇଥିବାବେଳେ ୨୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୧୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୨୩୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୭ ଟି ଜିଲ୍ଲାରୁ ମୋଟ୍‌ ୬୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲା, ପୁରୀ ଜିଲ୍ଲା ଏବଂ ସୁନ୍ଦରଗଡ ଜିଲ୍ଲାରୁ ୮ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୨, ରାୟଗଡା ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୬, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ଅଫ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts