
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ସମ୍ବଲପୁରରୁ ୨୨, ବରଗଡରୁ ୧୮, କଟକରୁ ୧୫, ସମ୍ବଲପୁରରୁ ୧୦, ନୂଆପଡ଼ାରୁ ୮, ଅନୁଗୁଳରୁ ୭, ବାଲେଶ୍ବରରୁ ୭, ଭଦ୍ରକରୁ ୭, ପୁରୀରୁ ୭, କଳାହାଣ୍ଡିରୁ ୬, ଝାରସୁଗୁଡ଼ାରୁ ୫, ଯାଜପୁରରୁ ୩, ନବରଙ୍ଗପୁରରୁ ୩, ରାୟଗଡ଼ାରୁ ୩, ଢେଙ୍କାନାଳରୁ ୨, ଜଗତସିଂହପୁରରୁ ୨, କନ୍ଧମାଳରୁ ୨, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୨, ସୋନପୁରରୁ ୨, ବଲାଙ୍ଗୀରିରୁ ୨, ବଲାଙ୍ଗୀରିରୁ ୧, ଗଞ୍ଜାମରୁ ୧, କେନ୍ଦ୍ରାପଡ଼ାରୁ ୧, କୋରାପୁଟରୁ ୧ ଏବଂ ଷ୍ଟେଟପୁଲରୁ ଜଣେ ସୁସ୍ଥ ହୋଇଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୩୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୧୧ କୁ ବୃଦ୍ଧି ହୋଇଛି। ତେବେ ୮୭୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।