କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୧ ହଜାର ୩୯ ଆକ୍ରାନ୍ତ ଚିହ୍ନଟ

Published: Feb 3, 2021, 10:22 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୩୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୧୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୭ ଲକ୍ଷ ୭୭ ହଜାର ୨୮୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୫୯୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪ ଲକ୍ଷ ୬୨ ହଜାର ୬୩୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୬୦ ହଜାର ୫୭  ଆକ୍ଟିଭ୍‌ କେସ୍ ରହିଛି।

Related posts