ବିଜେପିରେ ଯୋଗଦେଲେ ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ

Published: Apr 2, 2019, 3:28 pm IST
pravin bhanjadeo joins bjp

କାଲି ବିଜେଡ଼ିରୁ ଅସନ୍ତୁଷ୍ଟ ହୋଇ ଦଳ ଛାଡ଼ିଥିବା ମୟୁରଭଞ୍ଜ ମୋରଡ଼ା ବିଧାୟକ ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ଆଜି ବିଜେପିରେ ଯୋଗ ଦେଇଛନ୍ତି । କଳାହାଣ୍ଡି ଭବାନୀପାଟଣାରେ ଆୟୋଜିତ ସଙ୍କଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି । ତେବେ ସେ ଆଜି ନିଜର ସମର୍ଥକଙ୍କ ସହିତ ଦଳରେ ଯୋଗ ଦେଇଛନ୍ତି । ଏହି ସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ବସନ୍ତ ପଣ୍ଡା, ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡା ଓ ଦାମୋଦର ରାଉତ ପ୍ରମୁଖ ଉପସ୍ଥିତ ଥିଲେ ।

Related posts