Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଲୋକାର୍ପିତ ହେଲା କଟକ-ପୁରୀ ବାଇପାସ୍‌ ରୋଡରେ ଏଲଇଡି ଷ୍ଟ୍ରିଟ ଲାଇଟ ବ୍ୟବସ୍ଥା
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଲୋକାର୍ପିତ ହେଲା କଟକ-ପୁରୀ ବାଇପାସ୍‌ ରୋଡରେ ଏଲଇଡି ଷ୍ଟ୍ରିଟ ଲାଇଟ ବ୍ୟବସ୍ଥା

February 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୁଜରାଟରେ ଜାତୀୟ ରାଜପଥ - ୫୬ ଚାରି-ଲେନ୍ ଉନ୍ନତିକରଣକୁ କ୍ୟାବିନେଟ୍ ଅନୁମୋଦନ
ଗୁଜରାଟରେ ଜାତୀୟ ରାଜପଥ - ୫୬ ଚାରି-ଲେନ୍ ଉନ୍ନତିକରଣକୁ କ୍ୟାବିନେଟ୍ ଅନୁମୋଦନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭୁବନେଶ୍ବରର ଟଙ୍କପାଣି ରୋଡସ୍ଥିତ ସାଇମନ୍ଦିର ଛକ ଠାରେ କଟକ-ପୁରୀ ବାଇପାସ୍‌ ରୋଡରେ ଏଲ୍‌ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କରିଛନ୍ତି। ଏହି ଆଲୋକୀକରଣ ବ୍ୟବସ୍ଥା ବାଇପାସ୍‌ ରୋଡର ପଳାଶୁଣୀ ଛକ ଠାରୁ ଲିଙ୍ଗିପୁର ଛକ ପର୍ଯ୍ୟନ୍ତ ୧୨ କିଲୋମିଟର ରାସ୍ତାରେ ଆଲୋକୀକରଣ କାର୍ଯ୍ୟକାରୀ କରାଯାଇଛି।

ଏହାଦ୍ବାରା ବିଦ୍ୟୁତ ଶକ୍ତି ଖର୍ଚ୍ଚ କମିବା ସହିତ ଜନସାଧାରଣ ବିଶେଷକରି ଗାଡିଚାଳକ ଓ ପଥଚାରୀ ମାନଙ୍କ ଯାତାୟତ ଅଧିକ ନିରାପଦ ହେବ ଏବଂ ଉତ୍ତମ ଆଲୋକୀକରଣ ବ୍ୟବସ୍ଥା ଦ୍ବାରା ସଡକ ଦୁର୍ଘଟଣା କମିବା ସହିତ ଚୋରୀ ଓ ଲୁଟପାଟ ଭଳି ଅପରାଧିକ କାର୍ଯ୍ୟକଳାପ ମଧ୍ୟ କମିପାରିବ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ।

ସୂଚନାଯୋଗ୍ୟ ଯେ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଏଥିରେ ୩୮୭ଟି ଖୁଣ୍ଟିରେ ୧୨୦ ୱାଟ ବିଶିଷ୍ଟ ୭୭୪ଟି ଏଲ୍‌ଇଡି ଲାଇଟ ଲଗାଯାଇଛି ଏବଂ ଲିଙ୍ଗିପୁର, କେଶୁରା ଓ ପାଣ୍ଡରା ଠାରେ ୩ଟି ହାଇମାଷ୍ଟ ଲାଇଟ ଲଗାଯାଇଛି। ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ୨.୮୫ କୋଟି ଟଙ୍କା ବ୍ୟୟ କରାଯାଇଛି। ଭୁବନେଶ୍ବର ମହାନଗର ଅଞ୍ଚଳ ମଧ୍ୟରେ ନିଗମ ପକ୍ଷରୁ ଉଜ୍ଜଳ ଆଲୋକୀକରଣ କାର୍ଯ୍ୟକ୍ରମ ଜାରି ରହିଛି। ବର୍ତ୍ତମାନ ସହରର ବିଭିନ୍ନ ସ୍ଥାନରେ ୪୦ ହଜାରରୁ ଅଧିକ ଲାଇଟ ଲଗାଯାଇଛି। ଖୁବ୍‌ଶୀଘ୍ର ଅଧିକ ଆଲୋକୀକରଣ ପାଇଁ ଆଉ ୬.୭ କୋଟି ଟଙ୍କା ବିନିଯୋଗ କରାଯିବ।

ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ ତଥା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ବି‌ଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଏବଂ ଭୁବନେଶ୍ବରର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ପ୍ରମୁଖ ଯୋଗ ଦେଇଥିଲେ। ମ୍ୟୁନିସପାଲ ଆଡମିନିଷ୍ଟ୍ରେସନର ନିର୍ଦ୍ଦେଶକ  ସଂଗ୍ରାମଜିତ ନାୟକ ସ୍ବାଗତ ଭାଷଣ ଦେଇଥିଲେ ଏବଂ ମହାନଗର ନିଗମର କମିଶନର  ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.