ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୨ ଜଣ କରୋନା ଆକ୍ରାନ୍ତ

Published: Feb 3, 2021, 7:52 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୨, ନୂଆପଡ଼ାରୁ ୧୯, ଯାଜପୁରରୁ ୧୦, ସମ୍ବଲପୁରରୁ ୧୦, କଟକରୁ ୭, ବାଲେଶ୍ବରରୁ ୬, କଳାହାଣ୍ଡିରୁ ୫, ଝାରସୁଗୁଡାରୁ ୪, ପୁରୀରୁ ୪, ଅନୁଗୁଳରୁ ୩, ବରଗଡରୁ ୩, ବଲାଙ୍ଗୀରିରୁ ୩, ମୟୂରଭଞ୍ଜରୁ ୩, ଦେବଗଡ଼ରୁ ୨, ଗଜପତିରୁ ୨, ଜଗତସିଂହପୁରରୁ ୨, କେନ୍ଦ୍ରାପଡାରୁ ୨, ଖୋର୍ଦ୍ଧାରୁ ୨, ଭଦ୍ରକରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୪୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୮୨ କୁ ବୃଦ୍ଧି ହୋଇଛି। ତେବେ ୮୨୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts