ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୫ ଜଣ

Published: Feb 7, 2021, 6:34 pm IST

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତ ଜଣଙ୍କ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୧୧ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୭୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୭୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts