ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୮ ଜଣ କରୋନା ଆକ୍ରାନ୍ତ

Published: Feb 9, 2021, 8:18 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୧, ଖୋର୍ଦ୍ଧାରୁ ୧୨, ବରଗଡରୁ ୧୧, ସମ୍ବଲପୁରରୁ ୧୦, ପୁରୀରୁ ୮, ବାଲେଶ୍ବରରୁ ୭, କଟକରୁ ୭, ଯାଜପୁରରୁ ୫, ଅନୁଗୁଳରୁ ୪, ରାୟଗଡ଼ାରୁ ୪, ଦେବଗଡ଼ରୁ ୩, ଝାରସୁଗୁଡ଼ାରୁ ୩, ଗଜପତିରୁ ୨, ମୟୂରଭଞ୍ଜରୁ ୨, ନୂଆପଡ଼ାରୁ ୨, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, କୋରାପୁଟରୁ ୧, ନୟାଗଡରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୧୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୯୭ କୁ ବୃଦ୍ଧି ହୋଇଛି। ତେବେ ୬୯୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts