ରାଜ୍ୟରେ ଆଜି ୯୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

Published: Feb 10, 2021, 12:37 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୪ ଜଣ ଚିହ୍ନଟ ହୋଇଥିବାବେଳେ ୩୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୮୮୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୧୩୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୧ ଟି ଜିଲ୍ଲାରୁ ମୋଟ୍‌ ୧୦୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ବରଗଡ ଜିଲ୍ଲାରୁ ୧୪ ଜଣ, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୯, ବୌଦ୍ଧ ଜିଲ୍ଲାରୁ ୨, ଦେବଗଡ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୪, କେନ୍ଦୁଝର ଜିଲ୍ଲାରୁ ୬, ଖୋର୍ଦ୍ଧା ଜିଲ୍ଲାରୁ ୬, କେନ୍ଦୁଝର ଜିଲ୍ଲାରୁ ୬, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୭, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୮ ଜଣ ଏବଂ ସୋନପୁର ଜିଲ୍ଲାରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts