Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହିଞ୍ଜିଳି ପୌରାଞ୍ଚଳରେ ୨୮ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ
ଆଜିର ଖବର

ହିଞ୍ଜିଳି ପୌରାଞ୍ଚଳରେ ୨୮ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ

February 11, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ହିଞ୍ଜିଳି ପୌର ପରିଷଦ ଅଞ୍ଚଳରେ ୨୮ କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ହେଉଛନ୍ତି ଏ ଜାତିର, ଏ ଦେଶର ଭବିଷ୍ୟତ। ଶିକ୍ଷା ହେଉଛି ପରିବର୍ତ୍ତନର ଚାବିକାଠି। ଶିକ୍ଷା ହେଉଛି ପ୍ରକୃତ ସଶକ୍ତିକରଣ। ତେଣୁ ହିଞ୍ଜିଳିରେ ଶିକ୍ଷାର ବିକାଶ ଉପରେ ସେ ଗୁରୁତ୍ବ ଦେଇଆସିଛନ୍ତି ବୋଲି ପ୍ରକାଶ କରି ହିଞ୍ଜିଳିକୁ ଶିକ୍ଷା କ୍ଷେତ୍ରରେ ଏକ ଆଗୁଆ ଅଞ୍ଚଳ ଭାବେ ବିକଶିତ କରିବା ତାଙ୍କର ଲକ୍ଷ୍ୟ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ମହାମାରୀ ଯୋଗୁ ସେ ବହୁତ ଦିନ ହେଲା ହିଞ୍ଜିଳି ଯାଇପାରି ନାହାନ୍ତି। ଏବେ ପରିସ୍ଥିତିରେ ଉନ୍ନତି ଆସିଥିବାରୁ ସେ ଖୁବ ଶୀଘ୍ର ହିଞ୍ଜିଳି ଗସ୍ତ କରି ଜନସାଧାରଣଙ୍କୁ ଭେଟିବେ।

କୋଭିଡ ଯୁଦ୍ଧରେ ଗଞ୍ଜାମବାସୀଙ୍କ ଭୂମିକାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ “କରୋନା ମହାମାରୀ ସହ ଆପଣମାନେ ଯେପରି ଲଢିଲେ, ଗଞ୍ଜାମ ଯେପରି ଲଢିଲା, ତାହା ସାରା ବିଶ୍ବ ଦେଖିଛି। ଆପଣମାନଙ୍କ ସହଯୋଗରେ ଆଜି କରୋନାକୁ ନିୟନ୍ତ୍ରଣ କରିବାରେ ଆମେ ସଫଳ ହୋଇଛୁ। ଏ ଦିଗରେ ଗଞ୍ଜାମର ସଫଳତା ସାରା ବିଶ୍ବର ପ୍ରଶଂସା ପାଇଥିଲା। ସେଥିପାଇଁ ମୁଁ ଆପଣମାନଙ୍କୁ ସମସ୍ତଙ୍କୁ, ଆମର ପଞ୍ଚାୟତ ପ୍ରତିନିଧି ମାନଙ୍କୁ, ମିଶନ ଶକ୍ତିର ମା ମାନଙ୍କୁ ଓ କୋଭିଡ ଯୋଦ୍ଧା ମାନଙ୍କୁ ଧନ୍ୟବାଦ ଜଣାଉଛି। ଟୀକାକରଣ ଆରମ୍ଭ ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ବିପଦ ପୁରା ଦୂର ହୋଇନାହିଁ । ତେଣୁ ଆମକୁ ସାବଧାନ ରହିବାକୁ ହେବ।”

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ହିଞ୍ଜିଳିର ଜନସାଧାରଣଙ୍କ ସୁଖଦୁଃଖ, ସବୁଥିରେ ସେ ସେମାନଙ୍କ ସହିତ ରହିଛନ୍ତି ଓ ରହିଥିବେ। ସାରା ଓଡିଶା ସହିତ ହିଞ୍ଜିଳି ନିର୍ବାଚନମଣ୍ଡଳୀ ଅଞ୍ଚଳର ବିକାଶ ଉପରେ ସେ ନଜର ରଖିଛନ୍ତି ବୋଲି କହିଥିଲେ।

ହିଞ୍ଜିଳି ସହରର ବିକାଶ ପାଇଁ ୨୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଗଲା ବୋଲି ପ୍ରକାଶ କରି ସେ କହିଥିଲେ ଯେ ଆଧୁନିକ ସହର ମାନଙ୍କରେ ମିଳୁଥିବା ବିଭିନ୍ନ ସୁବିଧା ହିଞ୍ଜିଳିବାସୀ ଯେପରି ପାଇପାରିବେ, ସେଥିପାଇଁ ସେ ଉଦ୍ୟମ ଜାରି ରଖିଛନ୍ତି। ରାଜ୍ୟର ଛୋଟ ଛୋଟ ସହରର ବିକାଶ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ବୋଲି ସେ ପ୍ରକାଶ କରିଥିଲେ।

ଏହି ଅବସରରେ ହିଞ୍ଜିଳିର ନୂତନ ପ୍ରକଳ୍ପ ଗୁଡିକ ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ଆସ୍କା ସାଂସଦ  ପ୍ରମିଳା ବିଷୋଇ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ.ମହାପାତ୍ର, ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି. ମାଥିଭାତନନ୍, ଗଞ୍ଜାମ ଜିଲ୍ଲାପାଳ ଓ ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ ।

ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନବୀନ ହିଞ୍ଜିଳି ପୌରାଞ୍ଚଳ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026
Latest News

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.