କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୯ ହଜାର ୩୦୯ ଆକ୍ରାନ୍ତ ଚିହ୍ନଟ

Published: Feb 12, 2021, 10:34 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୩୦୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୮୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୮ ଲକ୍ଷ ୮୦ ହଜାର ୬୦୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୪୪୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୫ ଲକ୍ଷ ୮୯ ହଜାର ୨୩୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୩୫ ହଜାର ୯୨୬  ଆକ୍ଟିଭ୍‌ କେସ୍ ରହିଛି।

Related posts